ଦୈନିକ ରାଶିଫଳ: 28 ଫେବୃୟାରି 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପିଲାମାନଙ୍କ ପାଠପଢା ନେଇ ମନଖୁସି ରହିବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କର୍କଟ:-ରାଜନୀତି କ୍ଷେତ୍ରରେ ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। କାର୍ଯ୍ୟ କ୍ଷେତ୍ରରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ସହକର୍ମୀଙ୍କ ସହ ବାଦବିବାଦ ସୃଷ୍ଟି ହୋଇପାରେ କିନ୍ତୁ ସମାଧାନ ହୋଇଯିବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ। ଧର୍ମ କର୍ମ ବା ଇଷ୍ଟ ସାଧନାରେ ରତ ରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ବନ୍ଧୁ, ମିତ୍ର ମାନଙ୍କ ଦ୍ଵାରା ଲାଭବାନ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଶିଳ୍ପ ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ ଓ ଆଶାତୀତ ଲାଭ ଫଳରେ ଉତ୍ସାହିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ବ୍ୟବସାୟିକ କ୍ଷେତ୍ରରେ ଆୟରସ୍ରୋତ ଖୋଲିଯିବା ସହ ଧନମାନ ଦିଗରୁ ସୁରକ୍ଷିତ ରହିବେ ଓ ମାନସିକଶାନ୍ତି ମିଳିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ସଫଳତା ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି, ସହକର୍ମୀଙ୍କ ଯୋଗେ ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି, ଆଗେଇ ଯିବାର ରାସ୍ତା ଖୋଲି ପାରିବେ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ।ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସହଯୋଗୀ ମାନଙ୍କ ଯୋଗୁ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଘରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କର୍ମକ୍ଷେତ୍ରରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜର ସ୍ଥାନକୁ କୌଣସି ମତେ ଦୃଢ ରଖି ପାରିବେ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ସହ ଆନନ୍ଦମୟ ମୁହୂର୍ତ୍ତ କଟିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-କର୍ମକ୍ଷେତ୍ରରେ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!