ଦୈନିକ ରାଶିଫଳ: 28 ମଇ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ କଲ୍ୟାଣ କାମରେ ସହଯୋଗ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବନ୍ଧୁ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରି ପାରିବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ମାନସିକ ଶାନ୍ତି ଦେଖାଦେବ। ସାମାଜିକ ପତିଆରା ଅମଳିନ ରହିବାସହ ବିରୋଧୀ ମାନେ କୌଣସି କ୍ଷତି କରି ପାରିବେ ନାହିଁ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ। ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବା ଫଳରେ ବିରୋଧୀ ମାନେ କ୍ଷତି କରିବାରେ ଅସଫଳ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବା ସହ ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପାଇବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବାସହ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ବ୍ୟବସାୟରେ ଆଶାତୀତ ଲାଭ ପାଇବା ଫଳରେ ମନ ସନ୍ତୁଷ୍ଟ ହେବ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହୀ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କନ୍ୟା:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବେସାହାରା ମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସରକାରୀ କାମରେ ସଫଳତା ମିଳିବା ସହ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ଶୁଭ ସମାଚାର ମିଳିବା ଫଳରେ ମାନସିକ ଶାନ୍ତି ପାଇବେ। ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ୍ପନ୍ଥା ଅନୁସରଣ କରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶିକ୍ଷାର୍ଥୀମାନେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଭବିଷ୍ୟତ ବିଷୟରେ ଚିନ୍ତା ଦୂରହେବା ସହ ଅଟକି ଯାଇଥିବା ଟଙ୍କା ପାଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ମାନସିକ ଏକାଗ୍ରତା ବଜାୟ ରହିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବା ସହ ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବାସହ ଧନମାନ ଦିଗରୁ ସୁରକ୍ଷିତ ରହିବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମକର:-ବାଣିଜ୍ୟ ବ୍ୟାପାର ମାମଲାରେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବିତିଯାଇଥିବା ମାମଲାରେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସଫଳତା ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିବାସହ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ। ଛାତ୍ରଛାତ୍ରୀ ମାନଙ୍କର ଶ୍ରମସାର୍ଥକ ହେବା ଫଳରେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚସମ୍ମାନ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!