ଦୈନିକ ରାଶିଫଳ: 28 ମଇ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଆର୍ଥିକ ସଙ୍କଟ ଦୂର ହୋଇ କୌଣସି କାମ ଅଟକିବ ନାହିଁ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ସ୍ଵାସ୍ଥ୍ୟରେ ଉନ୍ନତି ହେବାସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ। କର୍ମକ୍ଷେତ୍ରରେ ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ପରିବହନ ବ୍ୟବସାୟ, ଗବେଷଣା, ଯୋଗାଯୋଗ ସକାଶେ ଦିନଟି ବହତୁ ଭଲ। ନିର୍ମାଣ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ। କିନ୍ତୁ ମାନସିକ ଚାପ ବୃଦ୍ଧି ପାଇବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ଅଧିକ ଲାଭାନ୍ଵିତ ହେବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ମାଆବାପାଙ୍କ ଠାରୁ ସହଯୋଗ ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ ପ୍ରଭୃତିରୁ ସୁଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ। ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ ଓ ଗୃହୋପକରଣ କିମ୍ବା ମୂଲ୍ୟବାନ୍ ସାମଗ୍ରୀ କ୍ରୟ କରିପାରନ୍ତି। ସମସ୍ୟା ଗୁଡ଼ିକ ସରଳ ସମାଧାନ କରିବାରେ ସମର୍ଥ ହେବେ। ବ୍ୟବସାୟରେ ପ୍ରସାର, ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ପଡିପାରେ। ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରି ପାରନ୍ତି। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ:-ନିକଟ ସମ୍ପର୍କୀୟ ମାନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସନ୍ତୋଷ ସୃଷ୍ଟି କରିବ। ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବ। ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ଚର୍ଚ୍ଚିତ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ ନାହିଁ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ନୂତନ କର୍ମାରମ୍ଭ ହେତୁ ନୂଆ ଉତ୍ସାହ ନେଇ କାମ କରିବେ। ଆର୍ଥିକ ଟଣାଟଣି ଅବସ୍ଥା ସୁଧୁରି ଯିବ। ଆନୁଷ୍ଠାନିକ କାମରୁ ସମ୍ମାନଲାଭ ହେବ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ଦୂରଯାତ୍ରାରେ ସଫଳତା ମିଳିବାସହ ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ। ଆନୁଷ୍ଠାନିକ କାମରେ ଗଠନମୂଳକ ପ୍ରସ୍ତାବ ନେଇ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଅନ୍ୟର ଉପକାର କରି ପ୍ରଶଂସା ପାଇବେ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତକାରରେ ଜୟଯୁକ୍ତ ହେବେ ଓ ଆଶା ମୁତାବକ ଫଳ ପାଇବେ। କେତେକ କ୍ଷେତ୍ରରେ ସାମାନ୍ୟ ସୁବିଧା ପାଇବେ। କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବ୍ୟବସାୟିକ କ୍ଷେତ୍ରରେ ଅଧିକ ଉନ୍ନତି ପଥରେ ଅଗ୍ରସର ହେବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଦୂରେଇ ଯିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବା ସହ ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ପାଇଁ ଚିନ୍ତା କରି ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଋଣ ଭରଣାରେ ସହଜ ହେବ। ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!