ଦୈନିକ ରାଶିଫଳ: 28 ମଇ 2025, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି 3 ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ। ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ। ସରକାରୀ କର୍ମଚାରୀ ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ମାନସିକ ଅଶାନ୍ତି ଦୂର ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

କର୍କଟ:-ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। କେତେକ କର୍ମରେ ସଫଳତା ପାଇବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ।ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ସବୁଥିରେ ସଫଳତା ମିଳିବ। କୋର୍ଟ କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ରାଜନୀତି କ୍ଷେତ୍ରରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ତଳ ମହଲରୁ ଆଶାତୀତ ଲାଭ ପାଇ କାର୍ଯ୍ୟକ୍ଷେତ୍ରରେ ତିଷ୍ଠି ରହିପାରିବେ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। କାମକାର୍ଯ୍ୟ ବିଷୟକୁ ନେଇ ବହୁତ ଖୁସି ରହିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। କୋର୍ଟ କଚେରୀ ମାମଲାରେ ଉନ୍ନତିର ଛକ ଉପରେ ପଦାର୍ପଣ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। କାରବାରରେ ସୁଧାର ଆସିବା ଫଳରେ ବ୍ୟବସାୟରେ ଉଚିତ୍ ଲାଭ ପାଇବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରି ପାରିବେ। ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ ଓ ପାରିବାରିକ ଜୀବନ ସୁଖମୟ ହେବ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ବନ୍ଧୁ, ମିତ୍ର ମାନଙ୍କ ଦ୍ଵାରା ଲାଭବାନ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। ସେୟାର ବଜାରରେ ମୁନାଫା ମିଳିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଅଧ୍ୟୟନ, ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ଜୀବନ ସୁଖମୟ ହେବ ଓ ଜନ ସେବାରେ ନିଜକୁ ନିୟୋଜିତ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!