ଦୈନିକ ରାଶିଫଳ: 28 ମାର୍ଚ୍ଚ 2025, ଶୁକ୍ରବାର, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟ ବହୁତ ଭଲ ରହିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କାର୍ଯ୍ୟକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟ ଦିଗରୁ ଉତ୍ତମ ଫଳ ପ୍ରାପ୍ତିହେବ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରମୋଶନ ସୂଚନାପାଇ ଖୁସି ହେବେ। କର୍ମସନ୍ଦିତ୍ସୁ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରଚୁର ଲାଭ ପାଇବେ। ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହର ଅବସାନ ହେବ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରିବେ। ପ୍ରେମିକ ପ୍ରେମିକା ମାନେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଅନାବଶ୍ୟକ ଖର୍ଚ୍ଚ ଯୋଗେ ବ୍ୟଥିତ ହେବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। କେହି କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ଗୃହବାହନ ପ୍ରାପ୍ତି ହେବ। ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର- କମଳା ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ ଓ ଆମଦାନୀ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ରାଜନୀତି କ୍ଷେତ୍ରରେ କାର୍ଯ୍ୟଦକ୍ଷତା ହେତୁ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ପ୍ରତି ସତର୍କ ରହିଲେ ସମସ୍ୟାର ସମାଧାନ କରି ଅଚାନକ ଧନଲାଭ ହେବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ନିଜ ଲୋକମାନେ ହିଁ କାମରେ ଆସିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ରାଜନୈତିକ କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ନକରିବା ଉଚିତ୍। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଅଫିସ୍ ରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।

ମୀନ:-ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଆତ୍ମୀୟତା ସୃଷ୍ଟିହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ। ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା ଅଛି। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!