ଦୈନିକ ରାଶିଫଳ: 29 ଅକ୍ଟୋବର 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ। ରାଜନୈତିକ କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ରାଜନୀତି କ୍ଷେତ୍ରରେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆଗ୍ରହ ବଢିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜିନିବେଶ ପାଇଁ ଆଶାକରିବେ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ।

ସିଂହ:-ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ରାଜନୀତି କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂଆ ଚାକିରୀ ହେବାର ଅଫର୍ ମିଳି ପାରେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଶତୃମାନେ ଦୂରେଇ ଯିବେ ଓ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ମାନସିକ ଶାନ୍ତି ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ରାଜନୀତି କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଗୃହୋପକରଣ କ୍ରୟ କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ସରକାରୀ କାମରେ ସଫଳତା ପାଇବେ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ପୁରୁଣା ନିବେଶ ଲାଭ ଦେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ। ବାଦବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!