ଦୈନିକ ରାଶିଫଳ: 29 ଅକ୍ଟୋବର 2025, ଶ୍ରୀ ଗଣେଶଙ୍କ କୃପାରୁ ଏହି ରାଶିଙ୍କୁ 4 ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ। ନୂତନ ବ୍ୟବସାୟର ସୁଯୋଗ ପାଇବେ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଋଣ ଭରଣାରେ ସହଜ ହେବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବହୁତ ଦିନରୁ ଚିନ୍ତା କରୁଥିଲେ ଯେଉଁ କାମ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ଭୟ ସତ୍ତ୍ୱେ ଜୟ, ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ଅଧୁରା କାର୍ଯ୍ୟ ପୂରଣ ହେବ। ନୂଆ ଜ୍ଞାନର ବୃଦ୍ଧି ହେବ। ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। କୌଣସି ବନ୍ଧୁଙ୍କ ଦ୍ଵାରା ପରିବାର ସମ୍ବନ୍ଧିତ ଶୁଭ ସମାଚାର ଶୁଣିବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ବ୍ୟାପାର ଓ କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। ନୂଆ ଚାକିରୀ ହେବାର ଅଫର୍ ମିଳିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ତୁଳା:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ବନ୍ଧୁ ମିତ୍ରଙ୍କ ସହଯୋଗ ଦ୍ଵାରା ପ୍ରେମ ସମ୍ବନ୍ଧ ଆଗକୁ ବଢିପାରିବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। କାମଟି ସମ୍ପନ୍ନ କରିପାରିବେ। ନୂଆ କୌଶଳ ଶିଖିବାର ସୁଯୋଗ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ମକର:-ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ବିରୋଧୀମାନେ ହଇରାଣ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା କରିବାକୁ ମନ ବଲେଇ ପାରନ୍ତି। ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁଯୋଗ ପାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ରାଜନୈତିକ କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଟଙ୍କାପଇସା କାରବାର ବିଷୟରେ ସାବଧାନ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ