ଦୈନିକ ରାଶିଫଳ: 29 ଅଗଷ୍ଟ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଆକସ୍ମିକ ଧନପ୍ରାପ୍ତି ହୋଇ ଋଣରୁ ମୁକ୍ତି ମିଳିବ। କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ନୂତନ ଯୋଜନାରେ ସଫଳହେବେ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ଯୋଗେ ଦୂରଯାତ୍ରାର ସୁଯୋଗ ପାଇବା ସହ ଆଶାତୀତ ଲାଭ ମିଳିବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବା ସହ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ବିଜୟୀ ହୋଇ ସମ୍ମାନିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ନିଜ ପରିଶ୍ରମରୁ ନୂତନ କର୍ମ ନିଯୁକ୍ତି ପାଇବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବା ସହ ଶୁଭ ସୂଚନା ମଧ୍ୟ ପାଇବେ। ବ୍ୟବସାୟରେ ଶତୃମାନେ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ଶିଳ୍ପବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭ ପାଇବେ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

ମିଥୁନ:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବିଦ୍ୟାର୍ଥିମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ମାନସିକ ଦୁଶ୍ଚିନ୍ତା ଦୂର ହୋଇ ପ୍ରେମ କ୍ଷେତ୍ରରେ ଶାନ୍ତି ମିଳିବ। ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଅଧିକାରୀ କାମରେ ପ୍ରସନ୍ନ ରହି କାର୍ଯ୍ୟର ପ୍ରଗତିପାଇଁ ସମସ୍ତପ୍ରକାର ପ୍ରୟାସ କରିବେ। ଦୂରଯାତ୍ରାରେ ଆଶା ମୁତାବକ ଫଳ ପାଇବେ। ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ। କର୍ମଚାରୀ ମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ଗୃହସ୍ଥ ଜୀବନ ସୁଖମୟ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। ବକେୟା ଅର୍ଥ କିଛି ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ବାଧ୍ୟ ହେବେ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବ ବଜାୟ ରହିବ। ଗୃହକାର୍ଯ୍ୟ ଆଗେଇ ପାରିବେ, ଦୁରଯାତ୍ରା ଓ ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇ ଯିବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ଜନ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ଫଳରେ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ। ପ୍ରିୟଜନଙ୍କୁ ଅନ୍ଧଭାବରେ ବିଶ୍ୱାସକଲେ ଧୋକା ଖାଇ ପାରନ୍ତି। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତିପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟ ଭଲ ରହିବ। ଧନଲାଭ ହେବାରୁ ଖୁସି ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ ଓ କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!