ଦୈନିକ ରାଶିଫଳ: 29 ଅଗଷ୍ଟ 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। କାରବାରରେ ସୁଧାର ଆସିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବା ଫଳରେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ଖେଳରେ ପ୍ରଶଂସା ମିଳିବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବାହାନ କ୍ରୟ ଓ ବିକ୍ରୟ କରି ପାରନ୍ତି। ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।

ମିଥୁନ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଉଚିତ୍ପନ୍ଥା ଗ୍ରହଣ କଲେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କର୍କଟ:-ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ।ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ମାନସିକ ସୁସ୍ଥତା ଅନୁଭବ କରିବେ। ବିଦ୍ୟାରେ ମନ ଯୋଗଦେଲେ ପ୍ରତିକୁଳ ପରିସ୍ଥିତି ଦୂରେଇଯିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:- ଶତୃମାନେ ଦୂରେଇ ଯିବେ ଓ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ରାଜନୀତି କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ଲାଭ ପାଇବେ ଓ ଗୃହର ସମସ୍ୟା ଦୂର ହୋଇଯିବ। ଅଟକିଥିବା ଧନଲାଭ ହେବ। ବିଦ୍ୟା ଓ ଖେଳରେ ସଫଳ ହେବେ। ଶୁଭ ସମାଚାର ପାଇ ମନ ଖୁସି ହେବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। କର୍ମକ୍ଷେତ୍ରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବା ଫଳରେ ସମ୍ମାନୀତ ହେବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି ମାମଲାରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!