ମେଷ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।
ବୃଷ:-ସରକାରୀ କାମରେ ସଫଳତା ମିଳିବ। ଦୂରଯାତ୍ରାର ସୁଯୋଗ ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଛାତ୍ରଛାତ୍ରୀ ମାନେ ପାଠ ପଢ଼ାରେ ମନଯୋଗ ଦେବେ। ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ସାମାଜିକ ପତିଆରା ଅମଳିନ ରହିବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇବାର ସୁଯୋାଗ ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ବା ଅଧିକାରୀ କାମରେ ପ୍ରସନ୍ନ ରହିବେ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବା ଫଳରେ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇ ପାରନ୍ତି। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
କନ୍ୟା:-ସ୍ଵାସ୍ଥ୍ୟରେ ସୁଧାର ଆସିବା ସହିତ ମାନସିକ ଏକାଗ୍ରତା ବଜାୟ ରହିବ। ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚଆଶା ସଫଳ, ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ। ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ତୁଳା:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଚାକିରୀରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।
ବିଚ୍ଛା:-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହୋଇ ପାରେ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ଦୁଃଖୀ ଲୋକଙ୍କୁ ସାହାରା ହେବେ ଓ ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ଧନୁ:-ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବା ସହ ଗୃହସ୍ଥ ଜୀବନ ସୁଖମୟ ହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ସ୍ୱାସ୍ଥ୍ୟରେ ସୁଧାର ଆସିବା ଯୋଗେ ଖୁସି ମିଳିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।
ମକର:-ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। କୋର୍ଟକଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। ଯେକୌଣସି କ୍ଷେତ୍ରରେ ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ। ନୂତନ ବନ୍ଧୁ ଭେଟ ହୋଇ ଆଲୋଚନା କରିବା ଦ୍ଵାରା ବିତିଯାଇ ଥିବା ମାମଲାରେ ସଫଳତା ମିଳିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ପ୍ରେମପ୍ରସଙ୍ଗରେ ଆନନ୍ଦିତ ହେବେ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ ହିସାବରେ ଆତ୍ମସନ୍ତୋଷ ମିଳିବ। ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ସନ୍ତାନଙ୍କ ଖୁସି ଖବର ପାଇ ମାନସିକ ଶାନ୍ତି ପାଇବେ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ଫଳରେ ସମୟ ଗୁଡିକ ହସ ଖୁସିରେ ବିତିବ। ପ୍ରତିକାର-କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ।
ମୀନ:-ସତର୍କ ନହେଲେ ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। ଶ୍ରମିକ ଓ କର୍ମଚାରୀମାନେ ଖାମଖିଆଲ କରି ସ୍ଥଳ ବିଶେଷରେ ବିଦ୍ରୋହ ବା ଅଶାନ୍ତିର ମୁହାଁମୂହିଁ ହୋଇ ପାରନ୍ତି। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ନିଜ ଲୋକ ମନମୋଟିଆ ହେବେ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
