ଦୈନିକ ରାଶିଫଳ: 29 ଅପ୍ରେଲ 2025, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି 3 ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ ଓ ଆୟର ସ୍ରୋତ ଖୋଲିଯିବ। ନୂତନ ଗୃହ ନିର୍ମାଣ କରି ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ବରିଷ୍ଠ ଅଧିକାରୀ ଓ ବନ୍ଧୁ ମିତ୍ରମାନଙ୍କର ପ୍ରିୟପାତ୍ର ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଛାତ୍ରଛାତ୍ରୀ ମାନଙ୍କର ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇପାରନ୍ତି। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ବ୍ୟବସାୟୀ ମାନଙ୍କର ଲୋକ ସମ୍ପର୍କ ବୃଦ୍ଧି ହୋଇ କାରବାର ବଢିବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ସ୍ଥଗିତଥିବା କାର୍ଯ୍ୟ ପୂରଣ କରିବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ସ୍ୱାସ୍ଥ୍ୟ ଠିକ୍ ରହିବା ସହ ମାନସିକ ଶାନ୍ତି ପାଇବେ। ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

ମିଥୁନ:-ସାର୍ବଜନୀନ ସମ୍ପର୍କରେ ନିଜର ପ୍ରତିଭା ବିକଶିତ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ବହୁତ ଦିନରୁ ଚିନ୍ତା କରୁଥିଲେ ଯେଉଁ କାମ ବିଷୟରେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ବିରୋଧୀ ମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସ ବୃଦ୍ଧି, କ୍ଷମାଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବା ସହ ଅଶାନ୍ତିର ଝଡ ଶାନ୍ତ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ନୂତନ ଦ୍ରବ୍ୟ କ୍ରୟ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-ସମାରୋହରେ ସମ୍ମିଳିତ ହେବାକୁ ପଡି ପାରେ। ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। କିନ୍ତୁ ପରିବାରରେ ଆର୍ଥିକ ଅସୁବିଧା ଦେଖାଦେଇ ପାରେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ପରିବାର ଓ ବନ୍ଧୁଙ୍କଠାରୁ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଜୀବନ ସାଥିଙ୍କ ସହ ମନୋମାଳିନ୍ୟ ଦେଖା ଦେବ। ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ଶତୃ, ରୋଗ ଋଣର ଶୀକାର ହୋଇପାରନ୍ତି। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ ଓ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ପ୍ଳାଷ୍ଟିକ୍ ଚମଡା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥଆଦି ବ୍ୟବସାୟରେ ବିଶେଷ ଲାଭବାନ ହେବେ। ନୂତନ କର୍ମପ୍ରାପ୍ତି ହେବାସହ ସୁଖସମ୍ପତ୍ତି ଲାଭ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। ପ୍ରେମକ୍ଷେତ୍ରରେ ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାଥିଲେ ସମାଧାନ କରି ପାରିବେ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କେତେକ କାର୍ଯ୍ୟ ଦୋଦୁଲ୍ୟମାନ ଅବସ୍ଥାରେ ରହିବ। ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଅନେକ କାମରେ ସଫଳତା ପାଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ନୂଆ ଜ୍ଞାନର ବୃଦ୍ଧି ହେବ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ସାମାଜିକ ପତିଆରା ଅମଳିନ ରହିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ରାଜନୀତିରେ ସମାଜ ସେବାକରି ସ୍ଵନାମ ଅର୍ଜନ କରି ପାରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ରାଜନୀତି କ୍ଷେତ୍ରରେ ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହୋଇ ପଦୋନ୍ନତିର ସୂଚନା ପାଇବେ। ନିଜ ଚେଷ୍ଟାରେ ସାମାନ୍ୟ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!