ଦୈନିକ ରାଶିଫଳ: 29 ଏପ୍ରିଲ 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବା ସହ ପରୀକ୍ଷା ପ୍ରତିଯୋଗୀତାରେ ସଫଳତା ମିଳିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। କୌଣସି ଧାର୍ମିକସ୍ଥାନରେ କିଛି ଅର୍ଥ ବ୍ୟୟ କରି ପାରନ୍ତି। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତିରେ ବାକ୍ୟ ସଂଯମତା ରଖିଲେ ଉଚ୍ଚପ୍ରଶଂସିତ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖା ଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। କଳା, ସାହିତ୍ୟ ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ ଓ ଆର୍ଥିକ ସ୍ଥିତି ଉତ୍ତମ ରହିବ। ଅଧା ଅଧୁରା କାର୍ଯ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:-ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପଢ଼ାପଢ଼ିରେ ମନଯୋଗଦେଲେ ବିଦ୍ୟାରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ସାମାଜିକ କାମରେ ପ୍ରଶଂସା ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ଦାୟିତ୍ଵ ବଢିବା ସହ କିଛି ଅସମ୍ଭବ ହେବ ନାହିଁ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ବ୍ୟବସାୟରେ ସୁଯୋଗ ପାଇ ସଫଳତା ଅର୍ଜନ କରିବେ। ସନ୍ତାନ ସୁଖ ମିଳିବ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। କୋର୍ଟ କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ବ୍ୟସ୍ତତା ବଢିଯିବ। ସମସ୍ତ କର୍ମ କଷ୍ଟରେ ହିଁ ସମ୍ପନ୍ନ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସନ୍ତାନ ମାନଙ୍କର ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ଓ ସମ୍ମାନ ବୃଦ୍ଧି ହେବ। ଆର୍ଥିକସ୍ଥିତି ସୁଧୁରିଯାଇ ନିର୍ମାଣଧୀନ କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବାସହ ଭୂମି, ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମାନସିକସ୍ଥିତି ଭଲ ରହିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ବ୍ୟବସାୟରେ କର୍ତ୍ତବ୍ୟନିଷ୍ଠା ରକ୍ଷାକରିଲେ ଲାଭବାନ ହେବେ। ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। କୌଣସି କାଗଜରେ ନପଢି ନବୁଝି ଦସ୍ତଖତ ନକରିବା ଉଚିତ୍। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ ଶତ୍ରୁମାନେ ପଛଘୁଞ୍ଚା ଦେବେ। ଜାଗାଜମି, ଯାନ ବାହାନ, ଗୃହ ଉପକରଣ କ୍ରୟ କରିପାରିବେ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ପ୍ରତିକାର-ହଳଦୀଚନ୍ଦନ ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!