ଦୈନିକ ରାଶିଫଳ: 29 ଜାନୁୟାରୀ 2025, ବୁଧବାର, ଶ୍ରୀ ଗଣେଷଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତୃମାନଙ୍କ ଠାରୁ ଉପସମ ମିଳିବ ଓ ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ଆୟର ପନ୍ଥା ସହଜ ହୋଇ ଆର୍ଥିକ ଚିନ୍ତା ଦୁରହେବ ଓ ବାପାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖା ଦେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବା ସହ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଦାମ୍ପତ୍ୟକଳହର ଅବସାନ ଘଟିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଶତୃମାନେ ପରାଜିତ ହେବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଜନସେବାରେ ନିଜକୁ ନିୟୋଜିତ କରିବେ ଓ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମତା ରଖି ପାରିଲେ ବିଶେଷ ଲାଭାନ୍ୱିତ ହେବେ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ବନ୍ଧୁ ମିତ୍ର ଓ ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବା ସହ ଶୁଭ ସମାଚାର ମିଳିପାରେ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବିଚ୍ଛା:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ଶତୃ ପରାଜିତ ହେବେ। ବ୍ୟବସାୟରେ ସାମାନ୍ୟ ଚେଷ୍ଟା କଲେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ଯିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ସାହାଯ୍ୟ ସହଯୋଗ ମିଳିବା ଦ୍ୱାରା ଲାଭବାନ୍ ହେବେ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯାଇ ଦାମ୍ପତ୍ୟ ସୁଖରେ ଆନନ୍ଦ ପାଇବେ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହୋଇ ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗଙ୍କ ସହାୟତା ପ୍ରାପ୍ତିହେବ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ ସମୟ କଟିବ। ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବା ସହ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ। ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ସ୍ୱାସ୍ଥ୍ୟ ଠିକ୍ ରହିବ। ପାରିବାରିକ ଜୀବନରେ ସୁଖଶାନ୍ତି ଲାଭ ଓ ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। କାରବାରରେ ଉତ୍ଥାନ ହେବାଫଳରେ ବ୍ୟବସାୟ ବୃଦ୍ଧି କରିବାର ଇଚ୍ଛା ଜାଗ୍ରତ ହେବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!