ଦୈନିକ ରାଶିଫଳ: 29 ଜୁନ୍ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସବୁଥିରେ ସଫଳତା ମିଳିବାସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ସ୍ୱାସ୍ଥ୍ୟ ଉତ୍ତମ ରହିବାସହ ଆର୍ଥିକ ଦିଗରୁ ଉନ୍ନତି ହେବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ଉଚ୍ଚଆଶା ପୂରଣ ହୋଇପାରେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବାସହ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତି ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଗୃହବାହନ ପ୍ରାପ୍ତି ହେହେବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। କୋର୍ଟ କଚେରୀ ମାମଲାରେ ଉନ୍ନତିର ଛକ ଉପରେ ପଦାର୍ପଣ କରିବେ। ନିଜ ଲୋକମାନେ ହିଁ କାମରେ ଆସିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ଆର୍ଥିକ ସମସ୍ୟା ସମାଧାନ ହୋଇ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ସରକାରୀ କ୍ଷେତ୍ରରେ ସଫଳତା ମିଳିବାସହ ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ରାଜକୀୟ ମାମଲାରେ ସଫଳତା ମିଳିବ। ଶତୃମାନେ ଦୂର ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ରୋଜଗାରରେ ଉନ୍ନତି ହେବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ବ୍ୟବସାୟରେ ଉନ୍ନତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-କର୍ମକ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ ଓ ପରୀକ୍ଷା ପ୍ରତି ଯୋଗିତାରେ ଶୁଭଫଳ ମିଳିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବା ସହ ମାନହାନୀର ସମ୍ଭାବନା ଅଛି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ମଉଜ-ମସ୍ତିରେ ସମୟ କଟିପାରେ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ସବୁଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରି ପାରେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରି ସମସ୍ୟାକୁ ସମାଧାନ କରିବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!