ଦୈନିକ ରାଶିଫଳ: 29 ଜୁନ୍ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପ୍ରତିଯୋଗିତା ଓ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣହେବେ। ଚାକିରୀରେ ପ୍ରତିଷ୍ଠିତ ହେବା ସହ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ବିବାଦୀୟ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବହୁତ ପରିଶ୍ରମ କଲେ ବ୍ୟବସାୟ ବୃଦ୍ଧି ହେବ ଓ ଆଶା ମୁତାବକ ଲାଭ ପାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ବଦନାମ ହେବାର ସମ୍ଭାବନା ରହିଛି। ସେଥିପାଇଁ ଭାବିଚିନ୍ତି ବୁଝିବିଚାରୀ ସାର୍ବଜନୀକ ସ୍ଥାନରେ ପ୍ରତିକ୍ରିୟା କରିବା ଉଚିତ୍। ଆଇନ୍ କାନୁନ୍ ସମସ୍ୟାକୁ ଅବହେଳା କରନ୍ତୁ ନାହିଁ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସାନ ଭାଇ ଭଉଣୀଙ୍କ ଠାରୁ ଲାଭ ପାଇବା ସହ ଆପଣ ସେମାନଙ୍କର ସବୁ ଆବଶ୍ୟକତାର ସଂପୂର୍ଣ୍ଣ ଯତ୍ନ ନେବେ। ନୂତନ ବ୍ୟବସାୟ ଦ୍ୱାରା ବିଶେଷ ଲାଭାନ୍ୱିତ ହେବେ ଓ ଧନ ସଂଗ୍ରହ କରିବାର ଚେଷ୍ଟା ସଫଳ ହେବ। ଯେ କୌଣସି ରଚନାତ୍ମକ କାର୍ଯ୍ୟରେ ବ୍ୟସ୍ତ ରହିବେ। ପରିବାର ସହିତ ଭଲରେ ସମୟ ବିତାଇବେ। ଆପଣ ବିଚାର କରିଥିବା କାର୍ଯ୍ୟ ଗୁଡିକୁ ପୁଣି ଆରମ୍ଭ କରିବାକୁ ଚେଷ୍ଟା କରିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ସ୍ୱାସ୍ଥ୍ୟ ଠିକ୍ ରହିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ।ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ସମ୍ମାନ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ସାଧାରଣ ଲୋକମାନେ ଆପଣଙ୍କର ଅତି ପ୍ରିୟ ହେବେ। ପରିବାରର ସଦସ୍ୟଙ୍କ ସହିତ ମତଭେଦ ଦୂର ହୋଇ ଗୁରୁ ଗୁରୁଜନ ମାନଙ୍କ ଆଶିର୍ବାଦ ଓ ସାନିଧ୍ୟ ପ୍ରାପ୍ତ ହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ଯୁବକ ଯୁବତୀମାନେ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ। ପ୍ରେମ ସମ୍ପର୍କ ମଜବୁତ୍‌ ହେବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପ୍ରେମିକ ପ୍ରେମିକାମାନେ ଖୁସି ହେବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ବିହିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ନୂତନ ସମ୍ପତ୍ତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ସ୍ୱାସ୍ଥ୍ୟ ଠିକ୍ ରହିବା ଫଳରେ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ କର୍ତ୍ତବ୍ୟ ଠିକ୍ ଭାବରେ ତୁଲେଇବା ଫଳରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଭଲଲାଭ ହେବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବା ସହ ମାନସିକ ଶାନ୍ତି ପାଇବେ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟରରେ ଉନ୍ନତି ହେବ। ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଭଲ କାମ କରି ସୁଖରେ ଦିନଟି ବିତାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ମିଳିବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ।ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ। କର୍ମକ୍ଷେତ୍ରରେ କର୍ମାନୁଯାୟୀ ଫଳ ପାଇବା ଯୋଗେ ସୁଖେ ଦୁଃଖେ ଦିନଟି ବିତାଇବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୀତି କ୍ଷେତ୍ରରେ ସମର୍ଥକଙ୍କ ସଂଖ୍ୟା ବୃଦ୍ଧି ହେବ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖା ଦେବ। ନିୟନ୍ତ୍ରଣ ମଧ୍ୟରେ ହିଁ କାମ କରିବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଚାକିରୀ କ୍ଷେତ୍ରରେ ଅଧିକାରୀ ଓ ସହକର୍ମୀଙ୍କ ସହଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ବ୍ୟବସାୟୀ ମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ସୁଖ ଶାନ୍ତିରେ ଦିନଟି କଟାଇ ପାରିବେ। ଜୀବନ ପ୍ରତି ସକାରାତ୍ମକ ମନୋଭାବ ରହିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-ବିଦ୍ୟାର୍ଥୀମାନେ ପାଠ ପଢ଼ାରେ ମନଯୋଗ ଦେଇ ଉଚ୍ଚଶିକ୍ଷାରେ ସଫଳତା ଲାଭ କରିବେ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବା ଫଳରେ ପ୍ରଶଂସିତ ହେବେ। ପରିବାରରେ କୌଣସି ଶୁଭକାର୍ଯ୍ୟର ଆୟୋଜନ କରି ପାରନ୍ତି। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!