ଦୈନିକ ରାଶିଫଳ: 29 ଜୁନ 2025, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି 4 ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ସମସ୍ତ ଦାୟିତ୍ଵ ଏକାସାଙ୍ଗରେ ନିଜ ଉପରେ ନିଅନ୍ତୁ ନାହିଁ। ଆପଣଙ୍କ ବିଚାର କ୍ଷମତାକୁ ସାଧାରଣ ଲୋକେ ପ୍ରଶଂସା କରିବେ। ନିଜର ନିଷ୍ପତ୍ତିକୁ ପ୍ରାଥମିକତା ଦେଲେ ଗବେଷଣା ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଗୁରୁଜନ ମାନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ଆପଣଙ୍କ ସହଯୋଗକୁ ଲୋକମାନେ ଅଣଦେଖା କରିପାରନ୍ତି ତଥାପି ଆପଣ ଲୋକମାନଙ୍କୁ ସାହାଯ୍ୟ କରିବେ। ଆର୍ଥିକ ଅନାଟନ ଯୋଗୁ ପାରିପାର୍ଶୀକ ବାତାବରଣ ଅଶାନ୍ତ ରହିପାରେ। ଛାତ୍ରଛାତ୍ରୀମାନେ ସେମାନଙ୍କ ଅଧ୍ୟୟନ ପାଇଁ ଟିକେ ଚିନ୍ତିତ ରହିପାରନ୍ତି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଆୟ ଅପରିବର୍ତ୍ତିତ ରହିଲେ ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବାସହ ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବ। ଇନ୍ଦ୍ରିୟ ପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଆଶା କରାଯାଉଥିବା ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଗୁପ୍ତ ଶତ୍ରୁମାନେ ଆପଣଙ୍କ ବିରୁଦ୍ଧରେ ସକ୍ରିୟ ହୋଇ ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ଧନ ଲାଭ ହେବାରୁ ମନ ଖୁସି ରହିବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ପ୍ରତିକାର- ମଥାରେ ଶ୍ଵେତ ଚନ୍ଦନ ର ଟିକା ନିଶ୍ଚିନ୍ତ ଲଗାନ୍ତୁ।

ବିଚ୍ଛା:-ସେବାକାରୀ ମାନଙ୍କ ସହଯୋଗରେ ସମ୍ମ।ନ ଜନକ ସ୍ଥିତି ପରିଲକ୍ଷିତ ହେବ। ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସଫଳ ହେବେ। ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭପାଇବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ। ବୟସ୍କ ଲୋକମାନଙ୍କ ଆଶୀର୍ବାଦ ପାଇବେ ଓ ପିଲାମାନେ ସେମାନଙ୍କ ଅଧ୍ୟୟନ ପାଇଁ ଆନନ୍ଦିତ ହେବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧିହେବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବାସହ ସୁସମ୍ବାଦ ଶୁଣିବେ।ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳ କରିପାରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶତୃମାନେ ପରାଜିତ ହେବା ଫଳରେ ବ୍ୟବସାୟରେ ଭଲ ଲାଭ ପାଇବେ। କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରି ପାରିବେ। ଶାରିରୀକ ସୁସ୍ଥତା ଦେଖା ଦେବାସହ ଶିକ୍ଷାର୍ଥୀ ମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ମାନସିକ ସ୍ତରରେ ଶକ୍ତିଶାଳୀ ହେବାସହ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ ଓ ବନ୍ଧୁମିଳନ ହେତୁ ମନ ଖୁସୀ ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ଆର୍ଥିକ ଉନ୍ନତି ହେବା ଫଳରେ ନୂତନ ଯୋଜନାରେ ସଫଳତା ମିଳିବାସହ ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!