ଦୈନିକ ରାଶିଫଳ: 29 ଜୁଲାଇ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଅର୍ଥ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପିଲାମାନଙ୍କ ଉନ୍ନତିରେ ପ୍ରସନ୍ନ ରହିବେ। ରାଜନୈତିକ କ୍ଷେତ୍ରରେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ପାରିବାରିକ ଚାପର ସମ୍ମୁଖୀନ ହେବାକୁ ପଡିବ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବା ଉଚିତ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ। ବିବାହ ଯୋଗ୍ୟ ସନ୍ତାନର ବିବାହ ବିଷୟରେ ଆଲୋଚନା ହୋଇପାରେ। ସମସ୍ତ ପ୍ରୟାସ ଫଳପ୍ରଦ ହେବା ଫଳରେ ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ପ୍ରତି ଈର୍ଷା କରିପାରନ୍ତି। ଆତ୍ମ ସମ୍ମାନ ଉପରେ ଆପୋଷ ବୁଝାମଣା କରନ୍ତୁ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ। ଦାମୀଯାନ ଏବଂ ବିଳାସପୂର୍ଣ୍ଣ ସାମଗ୍ରୀ କ୍ରୟ କରିବାପାଇଁ ମନବଳେଇ ପାରନ୍ତି। ଜୀବନ ସାଥୀଙ୍କ ସମର୍ଥନ ଓ ବନ୍ଧୁଙ୍କ ପ୍ରେରଣା ଅନେକ ଚିନ୍ତାକୁ ଦୂରେଇଦେବ। ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ।ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ଶିକ୍ଷାକ୍ଷେତ୍ରରେ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ସମ୍ପତ୍ତି ପ୍ରସଙ୍ଗରେ ସଫଳତା ମିଳିବାସହ କ୍ୟାରିଅରରେ ବିଶେଷ ସଫଳତା ପାଇବେ। ସକାରାତ୍ମକ ଚିନ୍ତା ମନକୁ ଆସିବା ଫଳରେ ଘରେ ସୁଖ ଶାନ୍ତିର ପରିବେଶ ରହିବ। ଦାମ୍ପତ୍ୟ ସଂପର୍କରେ ପରସ୍ପର ପ୍ରତି ସମର୍ପିତ ହୋଇ ଶାନ୍ତି ପାଇବେ। ଗୃହସମସ୍ୟା ସମାଧାନ କରିପାରିବେ ଓ ଘନିଷ୍ଠ ଲୋକମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ଠିକାକାମରେ ନିଯୁକ୍ତ ଲୋକଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିବ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଲାଭବାନ ହେବେ। ବନ୍ଧୁଙ୍କ ଚେଷ୍ଟାରେ ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଅନାବଶ୍ୟକ ଖର୍ଚ୍ଚ ଉପରେ ଅଙ୍କୁଶ ଲଗେଇଲେ ଆର୍ଥିକ ସମସ୍ୟା ଦୂର ହୋଇଯିବ। ଜୀବନସାଥୀଙ୍କ ସହିତ ସମ୍ପର୍କ ଦୃଢହେବ ଓ ଦାମ୍ପତ୍ୟସୁଖ ବୃଦ୍ଧିହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଖୋଜୁଥିବା ଜିନିଷ ଆଜି ମିଳିଯିବ। ଅନ୍ୟର ପ୍ରଭାବରେ ପ୍ରଭାବିତ ହୋଇ କୌଣସି ନିଷ୍ପତ୍ତି ନେବା ଠାରୁ ଦୂରେଇ ରୁହନ୍ତୁ। ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟକରି ପ୍ରଶଂସା ପାଇବେ। ସମ୍ପତ୍ତି ପ୍ରସଙ୍ଗରେ ବିଶେଷ ଧ୍ୟାନ ଦେଲେ ଆର୍ଥିକ ଦିଗ ବହୁତ ଶକ୍ତିଶାଳୀ ହେବ। ପତିପତ୍ନୀଙ୍କ ନକାରାତ୍ମକ ପରିସ୍ଥିତିର ଅବସାନ ହୋଇ ଉତ୍ସାହ ଉଦ୍ଦିପନା ବୃଦ୍ଧିପାଇବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ବ୍ୟବସାୟରେ ସଫଳତା ଅର୍ଜନ କରିବା ଫଳରେ ଆତ୍ମସନ୍ତୋଷ ଦେଖା ଦେବ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ପୁରୁଣାପ୍ରାପ୍ୟ ଆଦାୟ ହେବାସହ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆନନ୍ଦିତ ହେବେ। ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ବ୍ୟବସାୟ କ୍ଷେତ୍ରରେ ଭୁଲ ବୁଝାମଣା କଟିଯାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଶତ୍ରୁଙ୍କ ସହ ଯତ୍ନର ସହିତ ମୁକାବିଲା କରିବା ଲାଭ ଦାୟକ ହେବ। ପାରିବାରିକ ଜୀବନରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିପାରନ୍ତି। ଆମଦାନୀ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ସାଙ୍ଗମାନଙ୍କୁ ଅଧିକ ବିଶ୍ଵାସ କଲେ ବ୍ୟବସାୟ କାର୍ଯ୍ୟର ଗତି ବୃଦ୍ଧି ପାଇବ। ସାଧାରଣ ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ଆଗରେ ନତମସ୍ତକ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ ଓ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସହ ସମ୍ପର୍କ ମଜବୁତ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମକର:-ବ୍ୟବସାୟୀ ମାନେ ନୂତନ ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରିପାରନ୍ତି। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କାର୍ଯ୍ୟକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ଲୋକମାନଙ୍କ ସହିତ ମିଳିମିଶି କାମ କରି ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ ହୋଇ ଆର୍ଥିକ କ୍ଷେତ୍ରରେ ସ୍ଥିରତା ଆସିବ। ପରିବାର ସଦସ୍ୟଙ୍କ ସହିତ ଖୁସିରେ ସମୟ ଅତିବାହିତ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଅଚାନକ ଧନପ୍ରାପ୍ତିହେବ, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନଆଦି କ୍ରୟ କରି ପାରନ୍ତି। ଉଚ୍ଚାଧିକାରୀଙ୍କଠାରୁ ସହଯୋଗ ପାଇ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବାସହ ସାମାଜିକ ପତିଆରା ଅମଳିନ ରହିବ। ଶରୀର ସୁସ୍ଥ ରହିବ ଓ ପ୍ରଶାସନିକ କାର୍ଯ୍ୟରେ ପ୍ରବଳ ଉନ୍ନତି ହେବାର ସମ୍ଭାବନା ଅଛି। ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମୀନ:-ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କଠିନ ପରିଶ୍ରମ କରିବା ଫଳରେ ସମସ୍ତ ସଦସ୍ୟ ଆପଣଙ୍କର ପ୍ରଶଂସା କରିବେ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!