ମେଷ:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ନିଜ ଲୋକମାନେ ବିଶ୍ଵାସ ଘାତକତା କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ପାଇବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ମିଥୁନ:-ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସଠିକ୍ ଚିନ୍ତା ଓ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସଂପୂର୍ଣ୍ଣ କରି ପରିବେ। ନିଜ ଲୋକମାନେ ସାହାଯ୍ୟ କରିବା ଯୋଗେ ବ୍ୟବସାୟରେ ଉନ୍ନତି ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନୂଆ କାମ କିଛି ଆରମ୍ଭ କରିଲେ ଲାଭବାନ ହେବେ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ ପୂର୍ଣ୍ଣକରି ପାରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଭୋଗବିଳାସରେ ସାମିଲ ହେବାକୁ ସମୟ ସୃଷ୍ଟି କରି ପାରିବେ। ପ୍ରେମ କ୍ଷେତ୍ରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଲେ ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ସଫଳତା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ରାଜନୀତିରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପାରିବାରିକସ୍ତର ହସ ଖୁସିରେ କଟିବ। ବାଣିଜ୍ୟ କ୍ଷେତ୍ରରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତିରେ ସାମାଜିକ ପତିଆରା ଅମଳିନ ରହିବ ଓ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ମକର:-ମନରେଥିବା କାମନା ପୂର୍ଣ୍ଣ ହେବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କୁମ୍ଭ:-ଶତୃବାଧା ଦୂରେଇ ଯାଇ ମାନସିକ ଦୁଶ୍ଚିନ୍ତା ଦୂରହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ରାଜନୀତି କ୍ଷେତ୍ରରେ କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ନୂତନ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।