ଦୈନିକ ରାଶିଫଳ: 29 ଡିସେମ୍ବର 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ଆଶା ଓ ଉର୍ଜା ଦ୍ଵାରା ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପରିବାରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ରାଜନୀତି କ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆମୋଦ ପ୍ରମୋଦ କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେଇ ପାରନ୍ତି। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ରାଜନୀତି କ୍ଷେତ୍ରରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବା ଫଳରେ ମାନସମ୍ମାନ ବଜାୟ ରହିବ। ଶିଳ୍ପୀ, ସାହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ବ୍ୟବସାୟ କ୍ଷେତ୍ରରେ କରଜ ଭାରରୁ ମୁକ୍ତି ମିଳିବା ସହ ଖୁବ ଅଗ୍ରଗତି ଘଟିବ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟ ଆରମ୍ଭ କରିପାରିବେ। କର୍ମକ୍ଷେତ୍ରରେ ମାନସମ୍ମାନ, ଯଶ, କୀର୍ତ୍ତି ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବା ସହ ପଦୋନ୍ନତିର ଶୁଭସୂଚନା ପାଇ ପାରନ୍ତି। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ପରିଶ୍ରମର ପୁରା ଲାଭ ମିଳିବ। ପରିବାରରେ ଅନ୍ୟ ସଦସ୍ୟଙ୍କ ସହ ମନୋରଞ୍ଜନ ଓ ହସଖୁସିରେ ସମୟ ବ୍ୟତୀତ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରେମୀକ ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ବିଦ୍ୟାର୍ଥୀମାନେ କଠିନ ପରିଶ୍ରମ କଲେ ସଫଳତା ପୂର୍ଣ୍ଣ ଫଳ ପ୍ରାପ୍ତ କରିବେ। କର୍ମକ୍ଷେତ୍ରରେ କାମକାର୍ଯ୍ୟରେ ଗମ୍ଭୀରତା ସହ ଧ୍ୟାନ ଦେଲେ ବିରୋଧୀମାନେ ଦୂରେଇ ଯିବେ। ଆର୍ଥିକସ୍ଥିତି ସୁଦୃଢ ହେବ ଓ ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ବ୍ୟାପାର ଓ କାରବାରରେ ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ମିତ୍ରମାନଙ୍କ ସହଯୋଗ ପାଇ କର୍ମକ୍ଷେତ୍ରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ପ୍ରେମ ପ୍ରସଙ୍ଗରେ ସଫଳତା ଓ ଆନନ୍ଦ ମିଳିବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିପାରେ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସାମାଜିକ ସ୍ତରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ। ଗୁରୁଜନ ମାଆବାପାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ପ୍ରତ୍ୟେକ କ୍ଷେତ୍ରରେ ହେବ। ପ୍ରତ୍ୟେକ କାର୍ଯ୍ୟ ସାବଧାନତା ପୂର୍ବକ କରିବା ଉଚ୍ଚିତ୍। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ମାନସିକ ଶାନ୍ତି ଅନୁଭବ କରିବେ। ଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି। ବ୍ୟବସାୟ ପାଇଁ ଆଖ ପାଖକୁ ଯାତ୍ରା କରି ସୁଖ ଅନୁଭବ କରିବେ। ପ୍ରେମ ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ନୂତନବନ୍ଧୁଙ୍କ ଆଗମନ ହେବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-କାମକାର୍ଯ୍ୟରେ ନୂଆ ଏକ୍ସପେରିମେଣ୍ଟ ପ୍ରୟୋଗ କରି ପାରିବେ। ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ପ୍ରାପ୍ତି ପାଇଁ ପ୍ରଯତ୍ନ ଶୀଳ ରହିବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ଲାଭ ଫଳରେ ଅନେକ ସମସ୍ୟାରୁ ମୁକ୍ତି ମିଳିବ। କଷ୍ଟ ଓ ପରିଶ୍ରମର ଉଚିତ୍ ପୁରସ୍କାର ପ୍ରାପ୍ତ ହେବ। ଫଶିଯାଇଥିବା ଷଡଯନ୍ତ୍ର ବା ଚକ୍ରବ୍ୟୁହ ମଧ୍ୟରୁ ମୁକୁଳିବେ। ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବା ସହ ବନ୍ଧୁଙ୍କ ଠାରୁ ସହଯୋଗ ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ପୂର୍ବରୁ ଅଟକିଥିବା କାର୍ଯ୍ୟରେ ବାଧା ଆସିଲେ ମଧ୍ୟ କାର୍ଯ୍ୟ ପୂରଣ କରିବା ପାଇଁ ଆପ୍ରାଣ ଚେଷ୍ଟା ଜାରି ରଖିବେ। ବହୁତ ପରିଶ୍ରମ କଲେ ବ୍ୟବସାୟ ବୃଦ୍ଧି ହେବ। ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ପାରିବାରିକ କ୍ଷେତ୍ରରେ ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!