ମେଷ:-ଘାସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଲାଭ ପାଇବେ। କର୍ମକ୍ଷେତ୍ରରେ ଆର୍ଥିକ ପରିସ୍ଥିତି ଉତ୍ତମ ରହିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ନିଜର କାର୍ଯ୍ୟକ୍ଷେତ୍ର ଉପରେ ବିଶେଷ ଧ୍ୟାନ ରଖିବା ଫଳରେ ଦରମା ବୃଦ୍ଧି ହେବାର ଆଶଙ୍କା ଅଛି। ଯଦି କିଛି ନୂଆ କାର୍ଯ୍ୟ କରୁଛନ୍ତି ତାହାଲେ ଆପଣଙ୍କର ବିଶେଷଲାଭ ମିଳିବ। ପ୍ରଭାବଶାଳି ଲୋକଙ୍କସହ ସମ୍ପର୍କ ବୃଦ୍ଧି ପାଇ ବହୁତ ଦିନର ଇଛା ପୂରଣ ହେବ। ପରିବରେ ଶାନ୍ତିର ବାତାବରଣ ରହିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ଅର୍ଜନ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ। ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।
ମିଥୁନ:-ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ରାଜନୀତିରେ ସଫଳତା ମିଳିବ। ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।
କର୍କଟ:-ପାରିବାରିକ ଦ୍ୱନ୍ଦ ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ତଳ ମହଲରୁ ଆଶାତୀତ ଲାଭ ପାଇ ପାରିବାରିକ ଜୀବନ ଆନନ୍ଦରେ କଟିବ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ରାଜନୀତିରେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ସନ୍ତାନ ସୁଖରେ ସୁଖୀ ହେବେ। କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ସରକାରୀ କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-ବରିଷ୍ଠ ବ୍ୟକ୍ତିଙ୍କ ସହ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ତୁଳା:-ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ନିଜର ରଚନାତ୍ମକତା କ୍ଷମତା ଚରମ ହେବ ତଥା ଲୋକଙ୍କୁ ନିଜର କରି ପାରିବେ। ସନ୍ତାନ ସୁଖରେ ସୁଖୀ ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଦୂରଯାତ୍ରା କରି ମନ ଖୁସି ରହିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଘରର କେହି ଉନ୍ନତିରେ ବିଶେଷ ସ୍ତରକୁ ଉଠିଯିବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିଶେଷ ଲାଭ ପାଇବେ। ମାନସିକ ଦୁଶ୍ଚିନ୍ତା, ଋଣମୁକ୍ତି, ଶତ୍ରୁବାଧା ଦୂରେଇ ଯିବ। ନୂତନ କର୍ମଆଶାୟୀ ମାନଙ୍କର ଆଶା ପୂରଣ ହେବ। ବିଦ୍ୟାର୍ଥୀଙ୍କର ଅଳ୍ପ ପରିଶ୍ରମରେ ଅଧିକ ଫଳ ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଉନ୍ନତି କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ ଓ ବକେୟା ଅର୍ଥ ମଧ୍ୟ ପ୍ରାପ୍ତ ହେବ। ଦୂରସ୍ଥାନକୁ ଯାତ୍ରା ଯୋଗ ଅଛି। ତଳମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ମକର:-ଶତୃମାନେ ପରାଜିତ ହେବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ରାଜନୀତିରେ ଯଶମାନ ବୃଦ୍ଧି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ କର୍ମଚାରୀ ମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କୁମ୍ଭ:-ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ବୁଦ୍ଧିମତା କାରଣରୁ ଅନେକ କାମ ହାସିଲ କରି ପାରିବେ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।
ମୀନ:-ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବା ସହ ଆତ୍ମସନ୍ତୋଷ ଲାଭ କରିବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଭାବି ଚିନ୍ତି କାର୍ଯ୍ୟ ନକଲେ ଠକାମିରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।