ଦୈନିକ ରାଶିଫଳ: 29 ନଭେମ୍ବର 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ। କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ଚାକିରିରେ ଉତ୍ତମ ରୋଜଗାର କରିପାରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ମାନସିକ ଦୁଃଶ୍ଚିନ୍ତା ଦୂର ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଭାଇ ବନ୍ଧୁ ମାନଙ୍କ ଠାରୁ ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କଲେ ହଇରାଣ ହେବେ। ନାନା ବାଟରେ ଧନାଗମ ଘଟିବ ଓ ସେହିପରି ଖର୍ଚ୍ଚର ଦ୍ଵାର ସାହାଣ ମେଲା ରହିବ। ପାରିବାରିକ ଜୀବନରେ ଅ।ବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ମନ ଓ ଶରୀର ଭଲ ରହିବ। ଖାଇବା ପିଇବା ଠିକ୍ ରହିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସହଜ ହେବ। ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କର୍କଟ:-ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବ୍ୟବସାୟରେ ଲୋକ ସମ୍ପର୍କ ବୃଦ୍ଧି ହେବା ସହ ଲାଭର ପରିମାଣ ଅଧିକ ହେବ। ପାରିବାରିକସ୍ତର ହସ ଖୁସିରେ କଟିବ ଓ ଚିନ୍ତା କରିଥିବା କାମ ଗୁଡିକ ପୂରଣ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇ ଯିବେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେବ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟି ଯାଇ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି। ଛାତ୍ରଛାତ୍ରୀମାନଙ୍କୁ ବିବାଦମାନ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ବ୍ୟବସାୟରେ ଉନ୍ନତି ହେବାସହ ଉତ୍ତମ ଲାଭ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବାର ସୂଚନା ପାଇବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ଫଳରେ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ଓ ଗୃହସ୍ଥ ଜୀବନ ସୁଖମୟ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ବ୍ୟବସାୟରେ ଲାଭ ପ୍ରାପ୍ତି ହେବା ସହ ଖର୍ଚ୍ଚ ତୁଳନାରେ ଆୟ ବହୁତ ହେବ। ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଯୋଗଦେଇ ଶୁଭ ସୂଚନା ପାଇବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଆର୍ଥିକ କ୍ଷେତ୍ରରେ ଆଶାତୀତ ପରିବର୍ତ୍ତନ ଆସି ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଆଶାତୀତ ଲାଭ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!