ଦୈନିକ ରାଶିଫଳ: 29 ଫେବୃୟାରି 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବ୍ୟବସାୟ କ୍ଷେତ୍ରରେ ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ।ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ପରିବାରର ସଦସ୍ୟଙ୍କ ସହ ସମ୍ବନ୍ଧ ଦୃଢ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ରାଜନୈତିକ କ୍ଷେତ୍ରରେ ସମସ୍ୟା ସୁଧାରି ନେବା ଫଳରେ ଆର୍ଥିକ ସମସ୍ୟା ସମାଧାନ ହୋଇ ଯିବ। ଅତି ସହଜରେ ବାକିଥିବା ଅର୍ଥ ପାଇବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଉନ୍ନତିମୂଳକ ପଦକ୍ଷେପ ନେଲେ ଯଶମାନ ପ୍ରତିଷ୍ଠା ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଶତୃମାନେ ଦୂରେଇ ଯିବେ। କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ।ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ନିଜର ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବା ସହ ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ। ପୂର୍ବରୁ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କନ୍ୟା:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ, କର୍ମକ୍ଷେତ୍ରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ପ୍ରିୟଜନଙ୍କସହ ମିଳନ ହେବା ଫଳରେ ଅଟକିଥିବା କାର୍ଯ୍ୟ ପୂରଣ ହେବା ସହ ଉତ୍ତରଦାୟିତ୍ୱ ବଢ଼ିଯିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଗୃହୋପକରଣ କ୍ରୟ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଯୋଗାଯୋଗ ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବ। ଛାତ୍ରଛାତ୍ରୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ପାଇବେ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ସମାଜସେବା କାମରେ ପ୍ରଶଂସା ମିଳିବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସଯୋଗ ମିଳିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଅଟକିଥିବା କାର୍ଯ୍ୟ ସହଜରେ ପୂରଣ କରି ପାରିବେ। ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ଦାମ୍ପତ୍ୟ ସୁଖରେ ବାଧା ଓ ପ୍ରେମିକ ପ୍ରେମିକାମାନେ ନିନ୍ଦିତ ଅପମାନିତ ହୋଇପାରନ୍ତି। ଶିକ୍ଷାକ୍ଷେତ୍ରରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ। ରାଜନୀତିରେ ପ୍ରଗତିର ପାଦକୁ ସାଧାରଣ ଲୋକେ ଭିଡି ଧରିବା ଫଳରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିହେବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ବ୍ୟବସାୟୀମାନେ କାରବାର ଦିଗରୁ ସାମାନ୍ୟ ଲାଭବାନ୍ ହେବେ।ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପାରିବାରିକ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହେଲେ ମଧ୍ୟ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ମନୋରଞ୍ଜନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!