ଦୈନିକ ରାଶିଫଳ: 29 ମଇ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମକ୍ଷେତ୍ରରେ ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବାସହ ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଶରୀର ସୁସ୍ଥ ରହିବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ି ପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ନୂତନ ଯାନବାହନ ସୁଖ ମିଳିବାସହ ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଭାଗୀଦାର ବ୍ୟବସାୟରେ ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। କର୍ମକ୍ଷେତ୍ରରେ ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ନୂତନ କାର୍ଯ୍ୟଆରମ୍ଭ କରିଲେ ସୁଖ ସମୃଦ୍ଧି ବୃଦ୍ଧି ହୋଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରି ପାରନ୍ତି। ପରିବାରରେ ପାରସ୍ପରିକ ସମନ୍ୱୟ ବୃଦ୍ଧି ହେବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କଳା, ସଙ୍ଗୀତରେ ସୁନାମ ଅର୍ଜନ କରିବେ। ଜାଗା ଜମିପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିଲେ ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ଓ ପ୍ରତିଯୋଗିତା ପରୀକ୍ଷାରେ ସମ୍ମାନ ଲାଭ କରିବେ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ତୁଳା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବାସହ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବନ୍ଧୁବାନ୍ଧବଙ୍କ ଦିଗରୁ ହସଖୁଶିର ବାତାବରଣ ସୃଷ୍ଟି ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସ୍ଥିତି ସୁଧିରିଯିବା ଫଳରେ ଆର୍ଥିକ ଉନ୍ନତି ଦେଖାଦେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଋଣମୁକ୍ତି ହେବା ପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ପରୋକ୍ଷ ଶତୃଙ୍କୁ ପ୍ରତିହତକରି ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସମସ୍ୟାର ସମାଧାନ ହୋଇଯିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରି ପାରନ୍ତି। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବୁଦ୍ଧିମତା କାରଣରୁ ଶତୃମାନଙ୍କୁ ପରାସ୍ତ କରି ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ସହଯୋଗୀଙ୍କର ପୂର୍ଣ୍ଣ ସହଯୋଗ ପାଇ ଶାରୀରିକ ଅସୁସ୍ଥତା ଓ ମନର ଭୟ ଆଶଙ୍କା ଦୂରେଇଯିବ। ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିବା ଫଳରେ ଭଲ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇ ଉଚିତ୍ ଲାଭ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସରକାରୀ କାର୍ଯ୍ୟରେ ସଫଳତା ମିଳିବାସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ପାଇବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟିକ ସଫଳତା ମିଳିବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!