ଦୈନିକ ରାଶିଫଳ: 29 ମଇ 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମ୍ମାନର ସହିତ ଦିନଚର୍ଯ୍ୟା କରି ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ଶାରିରୀକ ଅସୁସ୍ଥତା ଦୂରହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଅବିବାହିତ ଯୁବକ ଓ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବା ଫଳରେ ପ୍ରସାର ପ୍ରଚାର କରି ଅତ୍ୟଧିକ ଲାଭ ପାଇବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଅବଲମ୍ବନ କରିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଭୋଗବିଳାସ ଓ ଆନନ୍ଦରେ ସମୟ କାଟିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଦେଖା ଦେଇ ପାରେ। ନୀରବତା ରକ୍ଷାକରି ପରିସ୍ଥିତିକୁ ସମର୍ପଣ କରିଦେବା ଉତ୍ତମ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ନିଜର ଉଚ୍ଚାଧିକାରୀ ଓ ସରକାରୀ ଅଧିକାରୀ ମାନଙ୍କର ସମର୍ଥନ ଲାଭ କରିବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ନୂତନ ଉପାର୍ଜନକ୍ଷମ ହେବେ ଯାହାକି ଜୀବନର ଗତିକୁ ବଦଳାଇ ଦେବ। ରାଜନୈତିକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବାସହ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ରାଜକୀୟ ମାମଲାରେ ସଫଳତା ମିଳିବ। ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ। ଉଚ୍ଚାଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବା ସହ ମାନସିକ ଚିନ୍ତା ଦୂର ହେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଶିକ୍ଷାକ୍ଷେତ୍ରରେ ଆଶା ମୁତାବକ ଫଳ ପାଇବେ। ପରିବାର ଜନଙ୍କ ସହିତ ସମୟ ବିତେଇବେ। ବ୍ୟବସାୟରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ କାରବାରରେ ସୁଧାର ଆସି ଆଶାତୀତ ଲାଭ ପାଇବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ। ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ସହଯୋଗ ପାଇ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସମାଜସେବା କାମରେ ପ୍ରଶଂସା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଉଚ୍ଚଅଧିକାରୀ କାମରେ ପ୍ରସନ୍ନ ରହିବା ଫଳରେ ମାନସମ୍ମାନ, ଯଶ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସଲ କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହୋଇପାରେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମୀନ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ଫଳରେ ଉତ୍ତର ଦାୟିତ୍ୱ ବଢ଼ିବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣାପାଇ ଆର୍ଥିକ ଗତିବିଧିରେ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!