ମେଷ:-ଶିକ୍ଷକ, ପ୍ରଶିକ୍ଷକ, ନେତା, ରସାୟନଜ୍ଞ ଓ ଡାକ୍ତର ମାନେ ବିଶେଷ ଲାଭବାନ୍ ହେବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବୃଷ:-ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ପ୍ରତିକାର:- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ମିଥୁନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବାଦବିବାଦ, ପ୍ରତିଦ୍ୱନ୍ଦିତା, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ଯୋଜନା ସଫଳ ହୋଇପାରିବ। ରାଜନୀତିରେ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନାଅଛି। ଋଣ ଭରଣାରେ ସହଜ ହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
କର୍କଟ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
ସିଂହ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ସନ୍ତୁଷ୍ଟ ହୋଇ ପାରେ। ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ଦୂରଯାତ୍ରାରେ ସଫଳ ହେବେ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ଧନଲାଭ ହେବାରୁ ଖୁସି ହେବେ। ଶୁଭକାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କନ୍ୟା:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଅତିଥି ସତ୍କାର ଓ ବନ୍ଧୁମିତ୍ରଙ୍କ ସମାଗମରେ ଖର୍ଚ୍ଚ ବୃଦ୍ଧି ପାଇବ। ଆଧ୍ୟାତ୍ମିକ ଜ୍ଞାନାର୍ଜନ କରିବାର ସୁବିଧା ସୁଯୋଗ ପାଇବେ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ସମ୍ପର୍କୀୟ ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇ ମାନସିକ ଶାନ୍ତି ଅନୁଭବ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ ଓ ପରିବାରର ପରିବେଶ ଆରାମଦାୟକ ହେବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ପଡିପାରେ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରିବେ। ବନ୍ଧୁମିତ୍ରଙ୍କ ସହାୟତା ପାଇ ରାଜନୀତିରେ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ଧନୁ:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ସୁଖ ଶାନ୍ତିରେ ଦିନଟି କଟାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରୀ କ୍ଷେତ୍ରରେ ଉନ୍ନତି କରିପାରିବେ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ।ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚିତପନ୍ଥା ଗ୍ରହଣ କଲେ ସୁଖ ସମ୍ପଦ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ। ବ୍ୟବସାୟୀ ମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଉଚ୍ଚାଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।