ମେଷ:-ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ବାହନଆଦି କ୍ରୟ କରିବାପାଇଁ ଯୋଗାଯୋଗ କରିପାରିବେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଅଧୁରା କାର୍ଯ୍ୟ ପୂରଣ ହେବ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ରାଜନୀତିରେ ଯାତ୍ରାରେ ସମୟ କଟିବ କିନ୍ତୁ ଲାଭ ପାଇ ପ୍ରସଂଶିତ ହେବେ। ପ୍ରତିକାର- ସିନ୍ଦୁର ଟିକିଏ ମସ୍ତକରେ ଧାରଣ କରନ୍ତୁ।
ବୃଷ:-ବିଦେଶ ଯାତ୍ରାରେ ଲାଭବାନ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବା ସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ସନ୍ତାନଙ୍କ ଯୋଗେ ମାନସିକ ଚିନ୍ତା ଦେଖାଦେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ବରିଷ୍ଠ ବ୍ୟକ୍ତିଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ଦୌଡ ଧୂପରେ ଶାନ୍ତି ଅନୁଭବ କରିବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରିବା ସହ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-କୌଣସି କାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। କାରଣ ନିଜେ କରୁଥିବା କାର୍ଯ୍ୟର ଅନ୍ୟଲୋକ ଫାଇଦା ଉଠାଇବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବା ଫଳରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ସିଂହ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହୋଇ ଶରୀର ସୁସ୍ଥ ରହିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ଆବଶ୍ୟକ ସ୍ଥଳେ ସହଯୋଗ ମଧ୍ୟ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀ ମାନଙ୍କର ସହଯୋଗ ପାଇ ମନ ଖୁସୀ ରହିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ତୁଳା:-ଶରୀର ସୁସ୍ଥ ରହିବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚଆଶା ସଫଳହେବା ସହ ଉଚ୍ଚ ପ୍ରଶଂସା ଲାଭ କରିବେ। ଇଲୋକ୍ଟ୍ରୋନିକ୍ସ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିପାରନ୍ତି। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ବିଚ୍ଛା:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କଲେ ସଫଳତା ମିଳିବ। ଦାମ୍ପତ୍ୟ ସୁଖରେ ସୁଖୀହେବେ, ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ବସ୍ତ୍ରାଭୂଷଣ ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବା ସହ ଅଧାଥିବା କାର୍ଯ୍ୟ ପୂରଣ ହେବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ସ୍ଥଗିତଥିବା କର୍ମଟି ପୂରଣ କରି ପାରନ୍ତି। ବିଦେଶ ଯାତ୍ରା ଫଳରେ ଅଟକିଥିବା ଅର୍ଥ ପ୍ରାପ୍ତି ହେବ। ଚେଷ୍ଟା କଲେ କର୍ମ ନିଯୁକ୍ତିରେ ସଫଳ ହେବେ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-ସନ୍ତାନର ଉଚ୍ଚଶିକ୍ଷା ପାଇଁ ଦୂରଯାତ୍ରା କରିପାରନ୍ତି। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। ଗୃହରେ ଦୀର୍ଘଦିନର ବିବାଦୀୟ ସମସ୍ୟାରେ ସଫଳତା ମିଳିବ। କାର୍ଯ୍ୟ।ଳୟରେ କରିଥିବା କାମର ଶୁଭ ସୂଚନା ପାଇ ଶାନ୍ତି ପାଇବେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମୀନ:-ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମ ବିଶ୍ୱାସ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।