ଦୈନିକ ରାଶିଫଳ: 29 ସେପ୍ଟେମ୍ବର 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ରାଜନୀତିରେ ଆପଣଙ୍କୁ ଏକ ନୂତନ ଦଳ ସହିତ କାମ କରିବାକୁ ପଡିପାରେ। ଲୁଗାପଟା ସୌଖୀନ ଦ୍ରବ୍ୟର ବ୍ୟବସାୟୀ ମାନେ ଭଲଲାଭ କରିବେ। ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ କେତେକ କ୍ଷେତ୍ରରେ ଲାଭବାନ ହେବେ। ଗୃହୋପକରଣ କ୍ରୟ କରିବାଯୋଗେ ଆର୍ଥିକ ସଙ୍କଟ ଦେଖାଦେବ। ପରିବାର ସଦସ୍ୟଙ୍କ କାର୍ଯ୍ୟକଳାପକୁ ନେଇ କ୍ରୋଧିତ ହୋଇପାରନ୍ତି। ଆତ୍ମୀୟମାନେ ବିଶ୍ୱାସଘାତକତା କରି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଦୀର୍ଘଦିନ ଧରି ଅଫିସରେ ଅଟକି ରହିଥିବା କାର୍ଯ୍ୟ ସମାପ୍ତ କରିପାରିବେ। ବ୍ୟବସାୟରେ ବଡ଼ ଧରଣର ଆର୍ଥିକ ଲାଭ ହୋଇ ପାରେ। ଉଚ୍ଚସମ୍ମାନ ସହ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ ଓ ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଆମଦାନୀ ଓ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ଦୂରଯାତ୍ରାର ସୁଯୋଗ ପାଇବେ ଓ ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ସକଳ କାର୍ଯ୍ୟରେ ସଫଳତା ମିଳିବାସହ ଉଚ୍ଚଆଶା ପୂରଣ ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ ଓ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଉତ୍ତମ ରୋଜଗାର କରିପାରିବେ। ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ। ପ୍ରେମିକ ପ୍ରେମିକାମାନେ ନିଜର ମନକଥା ଖୋଲା ହୃଦୟରେ କଥା ହୋଇପାରିବେ। କୌଣସି କାରଣ ନଥାଇ ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇପାରେ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ମନ ଅଶାନ୍ତି ରହି ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଆକସ୍ମିକ ଧନ ପାଇବାର ସମ୍ଭାବନା ଅଛି। ଯଦି ଆପଣ ଚାକିରି ବଦଳାଇବାକୁ ଚାହୁଁଛନ୍ତି ତେବେ ଏହି ଦିନଟି ବହୁତ ଭଲ। ଉପରିସ୍ଥ ଅଧିକାରୀଙ୍କ ସହିତ ଆପଣଙ୍କର ସମ୍ପର୍କ ବହୁତ ଭଲ ରହିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।

ତୁଳା:-ଶିକ୍ଷା କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ହେବାସହ ପରୀକ୍ଷା, ପରିଣାମ ଅନୁକୂଳ ହେବ। ରାଜନୀତି କ୍ଷେତ୍ରରେ ସୃଜନଶୀଳ ଚିନ୍ତାଧାରା ଏବଂ ପରାମର୍ଶ ଗୁଡିକ ପ୍ରଶଂସିତ ହେବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ନାନାପ୍ରକାର ସୁବିଧା ସୁଯୋଗ ମିଳିବ। ଆର୍ଥିକ ଚିନ୍ତା ଦୁରହେବାସହ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ମାନସିକ ଶାନ୍ତିମିଳିବ। ଆୟର ନୂତନ ଉତ୍ସ ସୃଷ୍ଟି ହୋଇପାରିବ। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କର୍ମକ୍ଷେତ୍ରରେ ଆପଣଙ୍କ କାର୍ଯ୍ୟକୁ ଖରାପ କରିବାର ସମ୍ଭାବନା ଅଛି। ଧୈର୍ଯ୍ୟ ଓ ସାହସଦ୍ଵାରା ଶତ୍ରୁମାନଙ୍କଠାରୁ କାର୍ଯ୍ୟ ହାସଲ କରିପାରିବେ। ବନ୍ଧୁଙ୍କଠାରୁ ଅଳ୍ପରେ ସନ୍ତୁଷ୍ଟ ନହୋଇ ଅଧିକ ଆଶା କରିବା ଅନୁଚିତ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସୃଜନଶୀଳ କାର୍ଯ୍ୟରେ ସଫଳତା ପାଇବେ ଓ ପରିବାର ସହିତ ସମୟ ଅତିବାହିତ କରିବା ଜରୁରୀ। ବିଶେଷ ଧୈର୍ଯ୍ୟର ସହ ପରିଶ୍ରମୀ ନ ହେଲେ ବ୍ୟବସାୟକୁ ରକ୍ଷା କରିବା କଷ୍ଟକର ହେବ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ଅଯଥାଧନ ଖର୍ଚ୍ଚହୋଇଯିବା ଫଳରେ ବିରକ୍ତିସ୍ୱଭାବ ପ୍ରକାଶପାଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବିଶେଷ ଲାଭବାନ୍ ହେବେ। ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ। ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବା ଫଳରେ ଗଠନ ମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ। ଅଭାବ-ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ। କର୍ମଚାରୀ ମାନଙ୍କୁ ଭରସା କଲେ ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ସହକର୍ମୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।

ମୀନ:-କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। କୌଣସି ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ବାଦବିବାଦ ମାଲିମକଦ୍ଦମାର ସମ୍ମୁଖୀନ ହୋଇ ପାରନ୍ତି। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!