ଦୈନିକ ରାଶିଫଳ: 29 ସେପ୍ଟେମ୍ବର 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ ବାଦବିବାଦ କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ବ୍ୟବସାୟିକସ୍ଥିତି ସୁଦୃଢ ହେବ। ଏକ ସୁଖଦ କିନ୍ତୁ ଆଶ୍ଚର୍ଯ୍ୟଜନକ ଘଟଣା ହୋଇପାରେ। କର୍ମକ୍ଷେତ୍ରରେ ଆପଣଙ୍କର ପ୍ରଭାବ ବୃଦ୍ଧି ପାଇବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଅନ୍‌ଲାଇନ୍‌ ସପିଂରେ ବହୁତ ସଞ୍ଚୟ କରିପାରିବେ। ପରିବାରର ସଦସ୍ୟମାନେ ବହୁତ ଖୁସି ହେବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ବ୍ୟବସାୟରେ ମନମୁତାବକ ଲାଭ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କର୍କଟ:-ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ଦୃଢ଼ ନିଷ୍ଠା ବଳରେ ବଡ଼ ସଫଳତା ହାସଲ କରିପାରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସାହସର ସହିତ ପରିସ୍ଥିତିକୁ ସାମ୍ନା କରି ପାରିବେ ଓ ସହକର୍ମୀଙ୍କ ଠାରୁ ପ୍ରଶଂସାବାଣୀ ଶୁଣିବାକୁ ପାଇବେ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବା ହେତୁ, ସବୁ ସ୍ଥାନରେ ଭଲ ପ୍ରଦର୍ଶନ କରି ପାରିବେ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।

କନ୍ୟା:-ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ନୂତନ ସମ୍ବନ୍ଧ ସୃଷ୍ଟି ହେବାଯୋଗେ ଚିନ୍ତା ଭାବନା ଦୂର ହୋଇ ଯିବ। ମାଙ୍ଗଳିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଆୟ ବୃଦ୍ଧି ହେବା ଫଳରେ ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଉଚ୍ଚଆଶା ସଫଳ ହେବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।

ବିଚ୍ଛା:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ। କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିଶେଷ ଲାଭବାନ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ଧନୁ:-ସାଙ୍ଗମାନଙ୍କ ସାହାଯ୍ୟରେ, ଆପଣଙ୍କର ସମସ୍ତ କାର୍ଯ୍ୟ ସହଜ ସରଳରେ ସମାପ୍ତ କରିପାରିବେ। ଜୀବନ ସାଥୀଙ୍କ ପରାମର୍ଶରେ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆସିବ। ରାଜନୀତିରେ କୃତକାର୍ଯ୍ୟ ହେବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ନିଜ ଚେଷ୍ଟାରେ ସାମାନ୍ୟ ଚେଷ୍ଟାକଲେ ବାକିଥିବା ଅର୍ଥ ପାଇବେ। ଗୃହ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ। ରାଜନୈତିକ ଜୀବନ ଝଡଝଞ୍ଜାମୟ ଥିଲେବି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। ଆଶା କରିଥିବା କାମ ପୂରଣ ହେବା ଯୋଗେ ମନ ଖୁସି ହେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସହକର୍ମୀ ଓ ବିଭାଗୀୟ ଅଧିକାରୀ ମାନଙ୍କସହ ସମ୍ବନ୍ଧରେ ଦୃଢତା ସୃଷ୍ଟିହେବ। କର୍ମକ୍ଷେତ୍ରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ ଓ ଶୁଭ ସମ୍ବାଦ ପାଇ ଖୁସିହେବେ। ପରିବାରରେ ମାନ ମନାନ୍ତର ଦୂର ହୋଇ ମାନସିକ ଏକାଗ୍ରତା ବଜାୟ ରଖି ପାରିବେ। ରାଜନୀତି କ୍ଷେତ୍ରରେ ଯଶଲାଭ, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ।

ମୀନ:-ଶତୃମାନଙ୍କୁ ମୁକାବିଲା କରି ପାରିବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଆସ୍ୱସ୍ତି ଲାଭ କରିବେ। ପିଲାଙ୍କ ପାଠ ପଢା ସମସ୍ୟା ନେଇ ମନ ସ୍ଥିର ରହିବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ। ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କଲେ ଆକସ୍ମିକ ଧନ ଲାଭ ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ ନିଜକୁ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!