ମେଷ:-ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆୟ ବୃଦ୍ଧିହେବ। ପ୍ରତିକାର-ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବାପାଇଁ ଯୋଗାଯୋଗ କରିପାରନ୍ତି। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମିଥୁନ:-ଅଚାନକ ଧନ ପ୍ରାପ୍ତି ହେବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଜନସେବାରେ ନିଜକୁ ନିୟୋଜିତ କରି ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ। ପରିବାରରେ ସୁଖ ଶାନ୍ତି ବାତାବରଣ ଜାରି ରହିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପାରେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ନ୍ୟାୟମାର୍ଗ, ମିଷ୍ଟ ବଚନ ଯୋଗେ ଅନେକ କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
କନ୍ୟା:-ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ଓ ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ବ୍ୟବସାୟରେ ଉତ୍ଥାନ ପତ୍ତନର ସମ୍ମୁଖୀନ ହେଲେ ମଧ୍ୟ ନିଜ ପରିଶ୍ରମରେ ସଫଳତା ପାଇବେ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର- ମଥାରେ ଶ୍ଵେତ ଚନ୍ଦନ ର ଟିକା ନିଶ୍ଚିନ୍ତ ଲଗାନ୍ତୁ।
ବିଚ୍ଛା:-ବିବାହ ଯୋଗ୍ୟ ଯୁବକ ଯୁବତୀ ମାନେ ବିବାହ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ଆର୍ଥିକସ୍ଥିତିରେ ସୁଧାର ଆସିବ। ରାଜନୈତିକ କ୍ଷେତ୍ରରେ ଉଚ୍ଚପଦ ପଦବୀରେ ପ୍ରତିଷ୍ଠିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ଧନୁ:-ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ଅନେକ ଦିଗରୁ ଖୁସି ମିଳିବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ପ୍ରେମିକ ପ୍ରେମିକା ମାନେ ବେଶ୍ ଆନନ୍ଦ ପାଇବେ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାର ଅପୋଷ ସମାଧାନ କରିବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ମକର:-ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। କିନ୍ତୁ ବାକ୍ୟ ସଂଯମତା ନରଖିଲେ କାର୍ଯ୍ୟରେ ଅସଫଳ ହେବେ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ ସ୍ଥିତି ଦୁର୍ବଳ ହେବ। ସଂଘର୍ଷ ମଧ୍ୟ ଦେଇ ଗତି କରିବେ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।
କୁମ୍ଭ:-ସାମାଜିକ ପତିଆରା ଅମଳିନ ରହିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ନୂତନ ଯୋଜନା ପ୍ରସ୍ତୁତ କଲେ ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।