ଦୈନିକ ରାଶିଫଳ: 3 ମଇ 2025, ଶନିଦେବଙ୍କ କୃପାରୁ ଆଜି ଏହି 4 ରାଶିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡି ପାରେ ଓ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରି ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ଧନଧାନ୍ୟ, ଗୋ ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆୟ ଉତ୍ତମ ହେବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ଋଣ ଭରଣାରେ ସହଜ ହେବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ଶିକ୍ଷାକ୍ଷେତ୍ରରେ ସମସ୍ତକର୍ମ ଭଲରେ ସମ୍ପନ୍ନ ହେବ ଓ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଆଶାତୀତ ଲାଭପାଇବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ ଓ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବଢିବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନଯୋଗ ଦେଇ ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବା ଫଳରେ ପରିବାରରେ ଆନନ୍ଦ ଲହରୀ ଖେଳି ଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି। ଆକସ୍ମିକ ଧନପ୍ରାପ୍ତି ହୋଇପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ଏବଂ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ସୁଖ ସମ୍ପନ୍ନତା ଲାଭ ହେବ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ବ୍ୟବସାୟରେ ଭାଗୀଦାରୀ ମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯାଇ କାରବାରରେ ଉତ୍ଥାନ ହେବା ଫଳରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ବ୍ୟବହାର କୁଶଳତାକୁ ଆଧାରକରୀ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ସହ ଆୟ ମଧ୍ୟ ଉତ୍ତମ ହେବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ପରିବହନ ଓ ପାର୍ଟନରସିପ ବ୍ୟବଶାୟରେ ଲାଭ ଅପରି ବର୍ତିତ ରହିବ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ଦୂରସ୍ଥାନକୁ ଯାତ୍ରା କରିବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ପାରିବାରିକ ପତିଆରା ଭଲ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!