ମେଷ:-ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିଲେ ହସଖୁସିରେ ସମୟ ବ୍ୟତୀତ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବା ଫଳରେ ପ୍ରେମପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। କର୍ମକ୍ଷେତ୍ରରେ ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିପାରେ। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ବ୍ୟବସାୟ କ୍ଷେତ୍ରରେ କରଜ ଭାରରୁ ମୁକ୍ତି ମିଳିବା ସହ ଖୁବ ଅଗ୍ରଗତି ଘଟିବ ରାଜନୀତି କ୍ଷେତ୍ରରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ ଛାତ୍ରଛାତ୍ରୀ ମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ପରିବାରରେ ମାନ ମନାନ୍ତର ଦୂର ହୋଇ ପରିଶ୍ରମର ସୁଫଳ ଭୋଗ କରିବେ ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମିଥୁନ:-ସରକାରୀ ସାହାଯ୍ୟ ପାଇବା ପାଇଁ ଚେଷ୍ଟା କରିବେ। ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିପାରେ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ଯିବ।ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହୋଇ ହସଖୁସିରେ ସମୟ ବିତାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀହେବେ ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ସିଂହ:-ଶିଳ୍ପୀ, ସାହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବା ଫଳରେ ମାନସମ୍ମାନ ବଜାୟ ରହିବ। ପ୍ରେମ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ଆତ୍ମନିର୍ଭର ଶୀଳ ହେବେ। ନୂତନ ଦ୍ରବ୍ୟ କ୍ରୟ କରି ଖର୍ଚ୍ଚାନ୍ତ ହୋଇ ପାରନ୍ତି। ସତର୍କ ନହେଲେ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
କନ୍ୟା:-ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବାସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନ କାର୍ଯ୍ୟଆରମ୍ଭ କରି ପାରିବେ ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଦୂରସ୍ଥାନକୁ ଯାତ୍ରାକଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ଦୂରଯାତ୍ରା କରି ମନ ଖୁସି ରହିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହୋଇ ଉନ୍ନତି ହେବ। କର୍ମକ୍ଷେତ୍ରରେ ଧୀରେସୁସ୍ଥେ ଗତିକରି କାମ ହାସଲ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବିଚ୍ଛା:-ଅଫିସରେ ନିଜର ପ୍ରତ୍ୟୁତ୍ମନ ମତିତା କାରଣରୁ ଟେନସନ୍ ଦୂର ହୋଇ ମଉଜ ମଜଲିସ୍ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ।ବ୍ୟବସାୟରେ ସୁଯୋଗ ପାଇ ସଫଳତା ଅର୍ଜନ କରିବେ। ସନ୍ତାନ ସୁଖ ମିଳିବ। କୋର୍ଟ କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ବ୍ୟସ୍ତତା ବଢିଯିବ। ସମସ୍ତ କର୍ମ କଷ୍ଟରେ ହିଁ ସମ୍ପନ୍ନ ହେବ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧନର ସାମ୍ନା କରିବାକୁ ପଡିବ। ଅଫିସରେ ସହକର୍ମୀଙ୍କ ସାମ୍ନା କରିବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ। ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
କୁମ୍ଭ:-ସାମାଜିକ କଲ୍ୟାଣ କାର୍ଯ୍ୟରେ ଅପ୍ରତ୍ୟାଶିତ ଘଟଣା ଘଟିବ। କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ପାରିବାରିକ ସ୍ଥିତି ସାମାନ୍ୟ ବଦଳିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଖୁସିହେବେ। ଆର୍ଥିକସ୍ଥିତି ଭଲ ରହିବ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଅଧା ଅଧୁରା କାର୍ଯ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
