ଦୈନିକ ରାଶିଫଳ: 30 ଅକ୍ଟୋବର 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କମିଶନ କାର୍ଯ୍ୟରେ ସାମାନ୍ୟ ଲାଭ ହେବାର ସମ୍ଭାବନା ଅଛି। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବହୁତ ଦିନରୁ ଲାଗିଥିବା ବିବାଦରୁ ମୁକ୍ତି ମିଳିବାସହ ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥ ହୋଇ ପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶୁଭ ସମାଚାର ଶୁଣି ଧୈର୍ଯ୍ୟ ଓ ସାହସ ବୃଦ୍ଧି ପାଇବାସହ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କର୍ମଚାରୀ ମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ସହଯୋଗୀମାନେ ସହଯୋଗ କରିବାସହ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବା ସହ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବାସହ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। କଳା, ସାହିତ୍ୟ ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ପୂର୍ବ କଳହର ସମାଧାନ ହୋଇ ସହକର୍ମୀ ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପରଧନ ଭୋଗ କରିବାର ଲାଳସା ଜାଗ୍ରତ ହୋଇ ପାରେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଶତୃମାନେ ପରାଜିତ ହେବା ସହ କର୍ମକ୍ଷେତ୍ରରେ ଆର୍ଥିକ ଉନ୍ନତି ହେବ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଅଧୁରା କାର୍ଯ୍ୟ ପୂରଣ ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବାସହ ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ନୂତନ ଲୋକଙ୍କ ସହିତ ଭେଟ ହୋଇ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ ଓ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବାସହ ଧନସମ୍ପଦରେ ଅଭିବୃଦ୍ଧି ତଥା ଗୃହବାହନ ପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:- ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବାସହ ପାଖ ପଡୋଶୀମାନେ କଟୁବଚନ ଶୁଣେଇ ପାରନ୍ତି। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ଗୃହୋପକରଣ କ୍ରୟ କରିବେ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।

ମକର:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବାସହ ଗୃହରେ କଲ୍ୟାଣକର କର୍ମସମ୍ପାଦନ କରି ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ବ୍ୟବସାୟିମାନେ ନୂତନ ଯୋଜନା ପ୍ରସ୍ତୁତ କରି ଆଶାତୀତ ଲାଭ ପାଇବେ। ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର:-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଦୂରଯାତ୍ରାର ସୁଯୋଗ ପାଇବେ ଓ ଯାତ୍ରାଫଳରେ ଉତ୍ସାହିତ ହେବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ସନ୍ତାନର ସୁ ଖବର ଶୁଣି ଖୁସି ହେବେ ଓ ପରିବାରରେ ସୁଖଶାନ୍ତି ଫେରି ଆସିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ସମସ୍ୟା ସମାଧାନ ହୋଇ ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମୀନ:-ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ତଥା ଲୋକମାନଙ୍କୁ ନିଜର କରି ପାରିବେ। ପରୀକ୍ଷା, ପ୍ରତିଯୋଗୀତାରେ ବିଜୟୀ ହେବେ। ଆୟରସ୍ରୋତ ଖୋଲିଯିବାସହ ଆର୍ଥିକ ସ୍ଥିତି ପୂର୍ବପରି ଠିକ୍ ରହିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!