ଦୈନିକ ରାଶିଫଳ: 30 ଅଗଷ୍ଟ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସୁସ୍ଥପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଅଟକିଥିବା କାର୍ଯ୍ୟ ପୂରଣ ହେବ। କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ।ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ଵାରା ଲାଭ ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ବହୁତ ସମ୍ଭାବନା ଅଛି। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ସୁଖଶାନ୍ତି ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଉତ୍ତମ ରୋଜଗାର ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ନାନା ବାଟରେ ଧନାଗମ ଘଟିବ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ। ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ସହ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ବ୍ୟବସାୟିକ ସଫଳତା ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ସ୍ଵଜନ ଓ ମିତ୍ରଙ୍କଠାରୁ ପୂର୍ଣ୍ଣ ସହଯୋଗ ମିଳିବ। ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଆର୍ଥିକ ସମସ୍ୟାରେ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟ ବିଫଳ ହେବ। ବାସସ୍ଥାନ ବା ଯାନବାହନର ନବୀକରଣ କରିବା ପାଇଁ ସୁବିଧା ସୁଯୋଗ ପାଇବେ। ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି। ସ୍ୱାସ୍ଥ୍ୟ ଭଲ ରହି ନପାରେ।ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଶତୃମାନେ ଦୂରେଇ ଯିବେ ଓ ଆୟରସ୍ରୋତ ଖୋଲିଯିବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ସମ୍ପତ୍ତି କ୍ରୟ ବିକ୍ରୟ ଓ ଯାନ ବାହନ କ୍ରୟ ବିକ୍ରୟ କରି ପାରନ୍ତି। ବ୍ୟବସାୟ ବୃଦ୍ଧି ହେବା ଫଳରେ ଅଧିକ ଧାଁ ଦୌଡ ହେଲେ ଲାଭ ମିଳିବ ଓ ମାନସିକ ଚିନ୍ତା ଦୂର ହେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। କାର୍ଯ୍ୟରେ ସ୍ଥିରତା ଯୋଗେ ମିତ୍ର ଭାଇ ବନ୍ଧୁମାନେ ସହଯୋଗ କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରି ପାରିବେ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ସାଧାରଣ ଲୋକଙ୍କ ସହ ମିଳାମିଶା କରିବା ଦ୍ଵାରା ସମୟ ଆନନ୍ଦରେ କଟିବ। ସମୟ ଅନୁକୂଳ ଥିବାରୁ ଆଖପାଖକୁ ଯାତ୍ରା କରି ମହତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ପାରିବେ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ସମସ୍ତ କାର୍ଯ୍ୟରେ ସଫଳତା ମିଳିବାସହ ଶତୃମାନେ ଦୁର୍ବଳ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ରାଜନୀତି କ୍ଷେତ୍ରରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଶୁଭ ଲାଭ ହେବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ ଓ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭଦାୟକ ହେବ। ଗୃହ ବଦଳେଇବେ ନତୁବା ଗୃହରେ କିଛି ପରିବର୍ତ୍ତନ କରି ପାରନ୍ତି। ବିପରୀତ ପରିସ୍ଥିତିରେ ମଧ୍ୟ ଦୈନିକ କାର୍ଯ୍ୟଗତି ଅନୁକୂଳ ହେବ। ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟୀ ହେବେ। ସ୍ୱାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ବୃଦ୍ଧି କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ଼ ଆତ୍ମ ବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!