ଦୈନିକ ରାଶିଫଳ: 30 ଅପ୍ରେଲ 2025, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି 4 ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନିଜ କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। ଶତୃ ଓ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ଜାଗାଜମି, ଗୃହ ଉପକରଣ କ୍ରୟ କରି ପାରନ୍ତି। ଯାନ ବାହାନ ପ୍ରାପ୍ତି ହୋଇପାରେ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଭାଗୀଦାରି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ଗୃହବାହନ ପ୍ରାପ୍ତି ପରିଜନଙ୍କ ତରଫରୁ ଶୁଭ ସମାଚାର ମିଳିପାରେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନ ଦ୍ରବ୍ୟ କ୍ରୟ କରିବେ। ବାଦବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ଶାନ୍ତି ପାଇବେ। କାରବାରରେ ସୁଧାର ଆସିବା ଫଳରେ ମନ ଓ ଶରୀର ଭଲ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନମଧ୍ୟରେ ଉଙ୍କି ମାରିପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଦୀର୍ଘଦିନ ଧରି ଅଫିସରେ ଅଟକି ରହିଥିବା କାର୍ଯ୍ୟ ସମାପ୍ତ କରିପାରିବେ। ବ୍ୟବସାୟରେ ବଡ଼ ଧରଣର ଆର୍ଥିକ ଲାଭ ହୋଇ ପାରେ। ଉଚ୍ଚସମ୍ମାନ ସହ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବ୍ୟବସାୟମାନେ ଅଧିକ ଲାଭ କରିବେ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସାମାଜିକ ସ୍ଥିତି ବଜାୟ ରହିବାସହ ପାରିବାରିକ ପତିଆରା ଅମଳିନ ରହିବ। ଆପଣଙ୍କ କାର୍ଯ୍ୟ ଶୈଳୀରେ ଅର୍ଥପୂର୍ଣ୍ଣ ପରିବର୍ତ୍ତନ ଆଣିପାରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ରାଜନୀତିରେ ଭାବମୂର୍ତ୍ତି ରକ୍ଷା କରି ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ବ୍ୟବସାୟ କ୍ଷେତ୍ରରେ ଭଲ ଲାଭ ପାଇ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିହେବ। ହଠାତ୍ ଉଡ଼ା ଖବର ପାଇ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟ ସମ୍ବନ୍ଧରେ ମହାଜନଙ୍କ ଠାରୁ ଭଲ ପରାମର୍ଶ ପାଇ ଲାଭବାନ ହେବେ। ଉଚ୍ଚଶିକ୍ଷା ପ୍ରତିଷ୍ଠାନର ଆଡମିଶନରେ ଆସୁଥିବା ବାଧା ଦୂର ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହୋଇ ପାରେ। ଆୟ ଉପାର୍ଜନରେ ବାଧା ନାହିଁ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

ମକର:-ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପରିବାରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯାଇପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖା ଦେବ। ରାଜନୈତିକ କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେଇ ପାରନ୍ତି। କୌଣସି ସାର୍ବଜନିକ କାର୍ଯ୍ୟପାଇଁ ଧାଁ ଦୌଡ ଅଧିକ କରିବା ଫଳରେ ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!