ଦୈନିକ ରାଶିଫଳ: 30 ଏପ୍ରିଲ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ଯୋଗୁ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିପାରନ୍ତି। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଗଠନ ମୂଳକ ସାମୁହିକ ଗତିବିଧି ଦ୍ଵାରା ସଫଳତା ପ୍ରାପ୍ତ କରିବେ। ପରିବାରରେ ଆଦରପାଇ ସୁଖଭୋଗ କରିବେ। ଧୈର୍ଯ୍ୟ ଓ ବୁଦ୍ଧିମତା ଯୋଗେ କରିଥିବା କାର୍ଯ୍ୟର ପରିଣାମ ଆପଣଙ୍କ ପକ୍ଷରେ ରହିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ଆୟ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବା ଫଳରେ ସମ୍ମାନଲାଭ କରିବେ। ଟିମୱାର୍କ ଓ ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସିଲ କରି ପାରିବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ମନବଳ ଦୃଢିଭୁତ ହେବା ଫଳରେ ସମ୍ୟକ ବୁଦ୍ଧି ଜାଗ୍ରତ ହେବା ସହ ଇଛାଶକ୍ତି ପ୍ରବଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଆବଶ୍ୟକସ୍ଥଳେ ସହଯୋଗ ପାଇ କାର୍ଯ୍ୟଦକ୍ଷତା ଦେଖାଇବେ। ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ନୂଆ ନିଯୁକ୍ତି ପାଇବାର ଯୋଗ ଅଛି। ନୂତନକର୍ମ ଆରମ୍ଭ କଲେ ସଫଳ ହେବେ। କଳା, ସାହିତ୍ୟ ଓ ସମ୍ବାଦିକତାରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ। ବ୍ୟବସାୟ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶାଭାବ ଦେଖାଦେଇ ପାରେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ। ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଦୂରଯାତ୍ରାରେ ସଫଳତା ମିଳିବ। ଅଚାନକ ଭାବରେ ଧନ ପ୍ରାପ୍ତି ହେବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରେମକ୍ଷେତ୍ରରେ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ପୂର୍ବ କଳହର ସମାଧାନ ହୋଇ ସହକର୍ମୀ ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ବ୍ୟବସାୟକ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭ ପାଇବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସାମୟିକ ଚିନ୍ତା ଦୂରହେବ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। କେତେକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ ମିତ୍ର, ଭାଇ, ବନ୍ଧୁମାନେ ସହଯୋଗ କରିବେ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତି ଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବ୍ୟବସାୟୀ ମାନେ ପ୍ରଚୁର ଲାଭ ପାଇବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବାଣିଜ୍ୟ ବ୍ୟବସାୟ ଓ ଅନ୍ୟ କାର୍ଯ୍ୟ ଗୁଡିକରେ ଲାଭଦାୟକ ହେବ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇଲେ ମାନସିକ ସ୍ଥିତି ଭଲ ରହିବ ନାହିଁ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରି ପାରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ। ପରକଥାରେ ପଡି ବନ୍ଧୁଙ୍କସହ କଳହ ସୃଷ୍ଟି ହୋଇପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଅଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ରାଜନୀତି କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!