ଦୈନିକ ରାଶିଫଳ: 30 ଜାନୁୟାରୀ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ସାମାନ୍ୟ ଚେଷ୍ଟାଦ୍ଵାରା ଭୂମି, ଧନ, ଗୋମାତା ପ୍ରାପ୍ତି ହୋଇ ପାରେ। କର୍ମଚାରୀ ଓ ଶ୍ରମିକମାନେ କଠିନ ପରିଶ୍ରମ କରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବ୍ୟବସାୟ ବଢାଇବାରେ ସମର୍ଥ ହେବା ସହ ଉଧାର ଦେଇ ଫେରି ପାଇବା ସହଜ ହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଖୁସି ରହିବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ସନ୍ତାନମାନଙ୍କର ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବ୍ୟବସାୟରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭ ଦାୟକ ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ଓ ସମ୍ମାନ ବୃଦ୍ଧି ହେବ। ବନ୍ଧୁ, ମିତ୍ର ମାନଙ୍କ ଦ୍ୱାରା ଲାଭବାନ୍ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖି ପାରନ୍ତି। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୀତିରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଶିକ୍ଷା କ୍ଷେତ୍ରରେ ପରିଣାମ ଅନୁକୂଳ ହେବ। ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଶିକ୍ଷାକ୍ଷେତ୍ରରେ ଶୁଭଫଳ ପ୍ରାପ୍ତି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ। ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ବା ବୁଡି ଯାଉଥିବା ଟଙ୍କା ମିଳି ପାରିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!