ମେଷ:-ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବନ୍ ହେବେ। ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଗୁରୁଜନ ମାନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ପରିବାରର କେତେକ ସମସ୍ୟା ସମାଧାନ ହୋଇ ବନ୍ଧୁଙ୍କ ସହଯୋଗରେ ସୁଖପ୍ରାପ୍ତି ହେବ। ପ୍ରେମପ୍ରସଙ୍ଗରେ ଅଧିକ ନିବିଡ ହେବେ। ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିପାରନ୍ତି। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ଶତୃମାନେ ପରାଜିତ ହେବା ସହ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଆୟ ଉପାର୍ଜନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଲାଭପ୍ରାପ୍ତି ହେବ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ଶତୃମାନେ ମିତ୍ରଭାବ ଆଚରଣ କରିବେ ଓ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ ଓ ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ବନ୍ଧୁ ମିତ୍ରମାନଙ୍କ ସାହାଯ୍ୟ ସହଯୋଗ ଓ ପରିବାରର ସମର୍ଥନ ହେତୁ ଖୁସି ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ସ୍ୱାସ୍ଥ୍ୟ ହାନୀ ହେବା ସହ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ
କନ୍ୟା:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। କ୍ରୋଧକୁ ଦମନ କରି ପାରିଲେ ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ। ଉଦାସୀନତା ପ୍ରବୃତିକୁ ତ୍ୟାଗକରି ମିଳିମିଶି କାମ କରି ପାରିଲେ କଷ୍ଟ ଦୂର ହେବ। ରାଜନୀତି କ୍ଷେତ୍ରରେ କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର:- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସହକର୍ମୀ ଓ ଉଚ୍ଚାଧିକାରିମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ସରକାରୀ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତି ମାନଙ୍କର ଅନେକ ଶୁଭହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବା ସହ ସ୍ୱାସ୍ଥ୍ୟ ଭଲ ରହିବ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବା ସହ ସାମାଜିକ ପତିଆରା ଅମଳିନ ରହିବ। ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିପଦରେ ପକାଇବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ଆଦାୟ ହୋଇପାରେ। ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଧିକାରୀମାନେ ସନ୍ତୋଷ ହେବେ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଥିଲେ ଉତ୍ସାହବର୍ଦ୍ଧକ ସମାଚାର ମିଳିବ। ପ୍ରତିକାର:-ତମ୍ବା ପଇସାଟିଏ ପାଖରେ ରଖନ୍ତୁ।
ଧନୁ:-ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ କରିବା ଫଳରେ କିଛିଟା ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ। ସନ୍ତାନ ସନ୍ତତି ପୀଡ଼ିତ ହେବାରୁ ମାନସିକ ଚିନ୍ତା ବୃଦ୍ଧି ପାଇବ। ଅନିଶ୍ଚିତ ଆୟ ତୁଳାନାରେ ବ୍ୟୟର ମାତ୍ରା ବୃଦ୍ଧି ହେବ। ନାନା ପ୍ରକାର ସଂଘର୍ଷ ମଧ୍ୟରେ ବାଟ ଚାଲିବେ। ଚାକିରୀ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ଶାରିରୀକ ଅସୁସ୍ଥତା ଦୂର ହେବ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ବିବହୋତ୍ସବର ସଂକେତ ପାଇ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବା ଫଳରେ ମନଶାନ୍ତ ରହିବ। ପ୍ରତିକାର- କଳା ରୁମାଲ ଟିଏ ପାଖରେ ରଖନ୍ତୁ।
କୁମ୍ଭ:-ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବା ସହ ସରକାରୀ କାମରେ ସଫଳତା ପାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ମାନସିକବିଷାଦ ଦୂରହୋଇଶାନ୍ତି ଅନୁଭବ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବା ସହ ଭଲ ଲାଭ ପାଇବେ। କର୍ମନିଯୁକ୍ତି ପାଇଁ ଚେଷ୍ଟା କଲେ ସହଜ ସରଳରେ ନୂତନ କର୍ମପ୍ରାପ୍ତି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଶତୃମାନେ ପରାଜିତ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।