ଦୈନିକ ରାଶିଫଳ: 30 ଜୁନ୍ 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାହସର ସହିତ ପରିସ୍ଥିତିକୁ ସାମ୍ନା କରି ପାରିବେ ଓ ବ୍ୟବସାୟରେ ମନମୁତାବକ ଲାଭ ପାଇବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ଫାଇଦା ଉଠାଇବେ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରିବେ। ବ୍ୟକ୍ତିଗତ ବିଷୟ ସମ୍ବନ୍ଧରେ ସମ୍ପର୍କୀୟମାନେ ଆପଣଙ୍କଠାରୁ ମତାମତ ନେଇ ପାରନ୍ତି। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବା ସହ ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ ଓ କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସାମାନ୍ୟ ଚେଷ୍ଟାକଲେ ବାକିଥିବା ଅର୍ଥ ପାଇବେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ରାଜନୈତିକ ଜୀବନ ଝଡଝଞ୍ଜାମୟ ଥିଲେବି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। ସହକର୍ମୀ ଓ ବିଭାଗୀୟ ଅଧିକାରୀ ମାନଙ୍କସହ ସମ୍ବନ୍ଧରେ ଦୃଢତା ସୃଷ୍ଟିହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ପରିବାରରେ ମାନ ମନାନ୍ତର ଦୂର ହୋଇ ମାନସିକ ଏକାଗ୍ରତା ବଜାୟ ରଖି ପାରିବେ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ସାଙ୍ଗମାନଙ୍କ ସାହାଯ୍ୟରେ, ଆପଣଙ୍କର ସମସ୍ତ କାର୍ଯ୍ୟ ସହଜ ସରଳରେ ସମାପ୍ତ କରିପାରିବେ। ଜୀବନ ସାଥୀଙ୍କ ପରାମର୍ଶରେ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆସିବ। ବୃଦ୍ଧ ଲୋକମାନେ ଆଣ୍ଠୁ ଏବଂ ପିଠି ଯନ୍ତ୍ରଣା ଅନୁଭବ କରିପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବାସହ ସ୍ଥଗିତଥିବା କର୍ମଟି ପୂରଣ ହେବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବାସହ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ।ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପତିଆରା ଅମଳିନ ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇ ପାରେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ତୁଳା:-ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଆସ୍ୱସ୍ତି ଲାଭ କରିବେ। ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କଲେ ଆକସ୍ମିକ ଧନ ଲାଭ ହେବ। ସରକାରୀ ସୁବିଧା ସୁଯୋଗ ପାଇ ଅଧାହୋଇ ପଡ଼ିଥିବାକାର୍ଯ୍ୟ ସଂପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟି ଯିବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ନିଜର କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କିନ୍ତୁ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ଭୟ ସତ୍ତ୍ୱେ ଜୟ, ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ହେବାସହ ବନ୍ଧୁ ସମାଗମ ହେବ। ପ୍ରତିକାର-କଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କୁମ୍ଭ:-ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବାସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ, ଆୟବୃଦ୍ଧି ହେବ, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ଶୁଭ କାମ କରି ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ନୂତନ ସମ୍ବନ୍ଧ ସୃଷ୍ଟି ହେବାଯୋଗେ ଚିନ୍ତା ଭାବନା ଦୂର ହୋଇ ଯିବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!