ମେଷ:-ସରକାରୀ କ୍ଷେତ୍ରରେ ନିଜର କାର୍ଯ୍ୟକୁ ବାଦଦେଇ ପରୋପକାରରେ ଲାଗିବେ। ରାଜନୈତିକ କାର୍ଯ୍ୟରେ ନୂତନ ଲୋକଙ୍କ ସହ ସାକ୍ଷାତ ହୋଇ ସମ୍ପର୍କ ଦୃଢ ହେବ। ବ୍ୟବସାୟୀ ମାନଙ୍କ ପାଇଁ ଲାଭ ଦାୟକ ହେବ ଓ ଆୟ ଦିଗଟି ସନ୍ତୋଷ ଜନକ ରହିବ।ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣ ସ୍ଥାୟି ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ଗୃହରେ ଥିବା କଳହ, ପତିପତ୍ନୀଙ୍କ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବ୍ୟବସାୟରେ ମନ ଲଗେଇ କାମକଲେ ସାମାନ୍ୟ ଲାଭହେବ। ରାଜନୀତି କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ ଓ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଧନଦାୟକ ଅନେକ ଶୁଭକର୍ମର ସୁଯୋଗ ପାଇବେ। ଇଲେକ୍ଟ୍ରୋନିକ୍ ସରଞ୍ଜାମ, କମ୍ପୂଟର, ମୋବାଇଲ ଆଦି କ୍ରୟ କରିବେ। ଅନ୍ୟର ଚିନ୍ତାଧାରାକୁ ଧ୍ୟାନ ଦିଅନ୍ତୁ ନାହିଁ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ବୁଦ୍ଧିମତା କାରଣରୁ ଆଶାତୀତ ଲାଭ ପାଇବେ ଓ ମନୋବାଞ୍ଛିତ କାର୍ଯ୍ୟ ପୂର୍ଣ୍ଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନରୋଗର ଉପଶମ ମିଳିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
କର୍କଟ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ବିରୋଧିମାନେ ଦୂରେଇ ଯିବେ। କର୍ମଖେତ୍ରରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ। କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ଅଟକିଥିବା ଧନ ମିଳିବାରୁ ଖୁସି ହେବେ। ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-ସମସ୍ତ ସମସ୍ୟା ଅପସରି ଯିବ ଶତୃମାନେ ତଳମୁହାଁ ହେବେ। ବିରାଟ ଯୋଜନାର ସଂକଳ୍ପ ନେବା ଫଳରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଗୁରୁତ୍ୱପୂର୍ଣ୍ଣ ଯୋଜନାକୁ ଆରମ୍ଭ କରିପାରିବେ। ରିଅଲଷ୍ଟେଟ ସହିତ ଜଡିତ ଥିବା ବ୍ୟକ୍ତିମାନଙ୍କୁ ଏକ ବଡ ଧରଣର ଡିଲ୍ ମିଳିପାରେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ଧୀରସ୍ଥିର ଭାବରେ ସମସ୍ୟା ସୁଧାରୀ ନେବା ଉଚିତ୍। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ସାମାଜିକ କାର୍ଯ୍ୟରେ ରତ ହେବେ। ପ୍ରେମିକ ପ୍ରେମିକା ମାନେ ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ବ୍ୟବସାୟରେ ବୁଦ୍ଧି ପ୍ରୟୋଗ କରି ବଡ ଧରଣର ସଫଳତା ପାଇପାରିବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚାଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ବ୍ୟବସାୟୀମାନେ ଭଲ ଅର୍ଡର ପାଇବେ। ଜାଗା, ଜମି, ଗୃହ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କଲେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖା ଦେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଆୟ ପନ୍ଥାର ପରିବର୍ତ୍ତନ ଆସିବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ଶତୃମାନଙ୍କୁ ମୁକାବିଲା କରିପାରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଧୀରସ୍ଥିର ଭାବରେ ସମସ୍ୟା ଗୁଡିକ ସୁଧାରୀ ନେବା ଉଚିତ୍। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ମକର:-ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ। ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇ ଯିବ। ପ୍ରେମପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଲାଭର ମାର୍ଗ ପ୍ରଶସ୍ଥ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ ଓ ପରିଶ୍ରମ କଷ୍ଟର ପୁରା ଲାଭ ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କୁମ୍ଭ:-ସ୍ୱାସ୍ଥ୍ୟ ଠିକ୍ ରହିବ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାତୀତ ଲାଭ ପାଇବେ। ଦାମ୍ପତ୍ୟ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ପ୍ରଶଂସା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମୀନ:-ସାମାଜିକ କାର୍ଯ୍ୟରେ ସଫଳ ହେବେ। ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିପତ୍ର ହେବ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ସଫଳତା ଅର୍ଜନ କରିବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ରାଜନୀତି କ୍ଷେତ୍ରରେ ଦୂରଯାତ୍ରାର ସୁଯୋଗ ପାଇବେ। ଛାତ୍ର ଛାତ୍ରୀ ମାନଙ୍କର ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।