ଦୈନିକ ରାଶିଫଳ: 30 ଜୁନ 2025, ମହାଦେବଙ୍କ କୃପାରୁ ଆଜି ଏହି 3 ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତ୍ରୁନାଶ, ଅଚାନକ ଧନପ୍ରାପ୍ତି ହେବାସହ ଋଣ ପରିଶୋଧ କରିବାର ବାଟ ଦେଖାଦେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ସହଯୋଗୀଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସଫଳତା ଲାଭ କରି ଉଚ୍ଚସମ୍ମାନ ପାଇବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ବାହାର ପତିଆରା ଭଲ ରହିବ। ପ୍ରତିକାର- ନାଲି ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ। ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଧ୍ୟାନରେ ଆପଣ ବହୁତ ସମୟ ଅତିବାହିତ କଲେ ମଧ୍ୟ ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ।ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ତେଣୁ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ।ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତିହେବାସହ ପ୍ରଶଂସା ପାଇବେ। ଜନସେବାରେ ନିଜକୁ ନିୟୋଜିତ କରି ସାମାଜିକ କ୍ଷେତ୍ରରେ ସମ୍ମାନୀତ ହେବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବିଭିନ୍ନ କାର୍ଯ୍ୟରେ ବାଧା ସୃଷ୍ଟି ହେଲେ ମଧ୍ୟ ନିରାକରଣ ଓ ସମାଧାନ କରିପାରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବାସହ ଆର୍ଥିକ ଚିନ୍ତା ଦୁରହୋଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ ଓ ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଆପଣଙ୍କ ମନର ଯେକୌଣସି ଇଚ୍ଛା ପୂରଣ ହୋଇପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବାସହ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କଲେ କମ୍ ପରିଶ୍ରମରେ ଆଶାଜନକ ଲାଭ ପାଇ ପାରିବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର:-ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଶାରୀରିକ ସୁସ୍ଥତା ଅନୁଭବ କରିବାସହ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଶାରୀରିକ ସୁସ୍ଥତାସହ ମାନସିକ ସ୍ଥିରତା ଦେଖାଦେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ଗୁରୁଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପିଲାମାନଙ୍କ କାର୍ଯ୍ୟପ୍ରତି ସତର୍କ ରହିବା ସହ ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ଯେତେଚେଷ୍ଟା କଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ପାରନ୍ତି। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଶତୃମାନେ ପରାଜିତ ହେବାସହ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟି ସମସ୍ତ କର୍ମ ସହଜ ସରଳରେ ସମ୍ପନ୍ନ ହେବ। ସମୟ ଅନୁକୂଳ ହେବା ସହ ଆୟ ଉପାର୍ଜନ ବୃଦ୍ଧି ପାଇବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମୀନ:-ଶତୃମାନେ ଦୂରେଇ ଯିବା ଫଳରେ ଶୁଭ ସମାଚାର ମିଳିବ ଓ ବ୍ୟବସାୟିକ ସ୍ଥିତି ସୁଧୁରିଯିବ। ସୁଖ ସମ୍ପଦ ପ୍ରାପ୍ତି ହେବାସହ ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରରେ ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ଶାନ୍ତିର ବାତାବରଣ ଦେଖା ଦେବ। ପିଲାମାନେ ସେମାନଙ୍କ ଅଧ୍ୟୟନ ପାଇଁ ଆନନ୍ଦିତ ହେବେ। ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ। ହଠାତ୍ ଭ୍ରମଣରୁ ଅର୍ଥଲାଭ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!