ମେଷ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷା କରିବା ଫଳରେ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ଆୟ ଉପାର୍ଜ୍ଜନରେ କୌଣସି ବାଧା ପ୍ରତିବନ୍ଧକ ଦେଖାଦେବ ନାହିଁ। ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ସହକର୍ମୀଙ୍କ ସହ ବିବାଦର ସମାଧାନ ହୋଇ ମନରେ ସନ୍ତୋଷ ଦେଖାଦେବ। ପାରିବାରିକ କ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ରହିଛି। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ମିଥୁନ:-ବ୍ୟବସାୟୀଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଭାଗୀଦାର ବ୍ୟବସାୟରେ ବାଦବିବାଦ ମେଣ୍ଟିଯାଇ ସୁଖ ସମ୍ପତ୍ତି ଲାଭହେବ। ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟିଯାଇ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ବ୍ୟବସାୟରେ ପରିଶ୍ରମ କଲେ ନିଶ୍ଚୟ ଲାଭ ହେବ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡି ପାରେ। ଛାତ୍ର ଛାତ୍ରୀମାନଙ୍କର ଖେଳରେ ଓ ବିଦ୍ୟାରେ ଉନ୍ନତି ହେବା ସହ ଦୂରଯାତ୍ରାରେ ସୁଖମିଳିବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ଭାଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ପୁରାତନ ରୋଗ ନେଇ ଚିନ୍ତିତ ରହିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବା ସହ ବ୍ୟବସାୟ ବୃଦ୍ଧି ହେବ। କର୍ମଚାରୀମାନେ କର୍ମକ୍ଷେତ୍ରରେ ଉନ୍ନତି କରିବେ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ପାରିବାରିକ ଜୀବନରେ ଶାନ୍ତି ଆସିବ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି। ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ଆୟ ଉପାର୍ଜନରେ ବାଧା ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କାର୍ଯ୍ୟକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ସନ୍ତାନଙ୍କ ସମ୍ବନ୍ଧୀତ କୌଣସି ଶୁଭ ସମାଚାର ଶୁଣିବେ। ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ। ରାଜନୀତି କ୍ଷେତ୍ରରେ ସମର୍ଥକଙ୍କ ସଂଖ୍ୟା ବୃଦ୍ଧି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ଧନୁ:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଶରୀର ସୁସ୍ଥ ରହିବା ସହ ଋଣରୁ ମୁକ୍ତି ମିଳିବ। ଶତୃମାନେ ଦୂରେଇ ଯିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ଛାତ୍ରଛାତ୍ରୀମାନେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। ସମସ୍ତ କାର୍ଯ୍ୟ ସିଦ୍ଧି ହେବ। ମିଷ୍ଠାନ୍ନ ଭୋଜନ କରିବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।
ମକର:-ନୂତନ ସଂସ୍ଥାର ଆୟୋଜନ କରିବେ। ଜାଗା ଜମି, ଗୃହ ଉପକରଣ କ୍ରୟ କରିବେ। ଯାନ ବାହାନ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖା ଦେବ। ପ୍ରତିକାର- କଳା ରୁମାଲ ଟିଏ ପାଖରେ ରଖନ୍ତୁ।
କୁମ୍ଭ:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ। କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦବିବାଦର ସମାଧାନ କରି ପାରିବେ। ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନର ବାଟ ଫିଟି ଯିବ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ସାମାଜିକ ପତିଆରା ଅମଳିନ ରହିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।