ଦୈନିକ ରାଶିଫଳ: 30 ନଭେମ୍ବର 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତୃମାନେ ପରାଜିତ ହେବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବା ଫଳରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟରେ ଉନ୍ନତି ଓ ଅତ୍ୟଧିକ ଲାଭ ପାଇବାର ଆଶା ଉଜ୍ଜଳ ହେବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ରାଜନେତା ମାନଙ୍କର ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଆୟ ଉପାର୍ଜନରେ ବାଧା ନାହିଁ। ସରକାରୀ କର୍ମଚାରୀମାନେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ବାଟ ଚାଲିଲେ ମଧ୍ୟ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଆର୍ଥିକ କ୍ଷେତ୍ରରେ ଆଶାତୀତ ପରିବର୍ତ୍ତନ ଆସି ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ଫଳରେ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ଓ ଗୃହସ୍ଥ ଜୀବନ ସୁଖମୟ ହେବ। ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ଆୟପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଆପ୍ରାଣ ଚେଷ୍ଟା ଜାରି ରଖିବେ। ପ୍ରତିକାର-ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ସାଙ୍ଗ ସାଥି ଭାଗିଦାରମାନଙ୍କ ପାଇଁ ଅନେକ ସୁବିଧା ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ବିରୋଧୀମାନେ ଦୁର୍ବଳ ହୋଇ ଯିବା ଫଳରେ ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ପାଇଁ ବନ୍ଧୁ ମିତ୍ରଙ୍କ ସହଯୋଗ ମିଳିବ। ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ନିଜ ଚେଷ୍ଟାରେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ।ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ସତର୍କ ରହି ଯାତାୟାତ କରିବା ଉଚିତ୍। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ସାବଧାନ ରୁହନ୍ତୁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। କାର୍ଯ୍ୟ ଠିକ୍ ହେଲେ ମଧ୍ୟ ମାନସିକ ଦୁଶ୍ଚିନ୍ତା ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଦାମ୍ପତ୍ୟଜୀବନ ସୁଖମୟହେବ। ବନ୍ଧୁ ମିତ୍ରଙ୍କ ଦ୍ଵାରା ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ସମୟ ଅନୁକୂଳ ହେବା ଦ୍ଵାରା ଦିନଟି ଆନନ୍ଦରେ କଟେଇ ପାରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। ଅକସ୍ମାତ ଧନଲାଭ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇ ପାରେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସାମାଜିକ କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ରାଜନୀତି କ୍ଷେତ୍ରରେ ବିରୋଧୀଙ୍କୁ ପରାସ୍ତ କରିବାରେ ସଫଳ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଦାମ୍ପତ୍ୟଜୀବନ ସୁଖମୟହେବ। କର୍ମକ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ଇଲୋକଟ୍ରୋନିକ୍ସ ମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!