ମେଷ:-ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଆବଶ୍ୟକତା ପୂରଣ ଦିଗରେ କିଛି ଖର୍ଚ୍ଚ କରିବାକୁ ପଡିପାରେ। ଜୀବନସାଥୀଙ୍କ ଇଛାକୁ ସମ୍ମାନ ଦେଇ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବେ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସମାଜ ସେବାକରି ସ୍ଵନାମ ଅର୍ଜନ କରିବେ ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ଓ ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ମନୋକାମନା ପୂରଣ ହେବ। ଗୁରୁଜନଙ୍କ ପରାମର୍ଶପାଇ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କର୍କଟ:-ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ। ପରିବାରରେ ଅଶାନ୍ତିର ଝଡ ଶାନ୍ତ ହୋଇ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଜୁଆ ଓ ଲଟେରୀ ଖେଳରୁ ନିବୃତ ରୁହନ୍ତୁ। ଶରୀରପୀଡ଼ା କଷ୍ଟକର ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ସିଂହ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ ନିକ୍ ପାଇଁ ଦୂରଯାତ୍ରା ନକରିଲେ ଭଲ। ସ୍ୱାସ୍ଥ୍ୟପାଇଁ ଚିନ୍ତିତ ରହିବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଯାନ ବାହନରେ ସାବଧାନତା ଅବଲମ୍ବନ କରନ୍ତୁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ଦୁଃଖୀ ଲୋକଙ୍କୁ ସାହାରା ଓ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ ଓ ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନପ୍ରାପ୍ତି ହୋଇପାରେ। ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ଧନୁ:-ସମ୍ମାନର ସହିତ ଦିନଚର୍ଯ୍ୟା କରି ଆନନ୍ଦ ପାଇବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ସତକଥା କହି ପ୍ରବଳ ଧନଲାଭ ହେବାସହ ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବ। ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର-କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ।
ମକର:-ପାରିବାରିକ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବେ। କିଣାବିକା ବ୍ୟବସାୟରେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଘରେ ବାହାରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇ ଯିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଧାତୁ ଦ୍ରବ୍ୟ ବ୍ୟବସାୟରେ ମାଲିକ ମାନଙ୍କର ମନତୃପ୍ତ କରାଇବେ। କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।
ମୀନ:-ଧନପ୍ରାପ୍ତିର ସୁଯୋଗ ଥିଲେ ମଧ୍ୟ ବ୍ୟୟ ଅଧିକ ହେବ। ଆୟ ବ୍ୟୟ ସମାନ ରହିବ। ଛାତ୍ରଛାତ୍ରୀମାନେ ବିଦ୍ୟାରତ ହେବେ। କୃଷିକର୍ମରେ ପରିଶ୍ରମ ଫଳରେ ଆଶାନୁରୂପ ଲାଭ ହେବ। ରାଜନୀତି କ୍ଷେତ୍ରରେ ସମ୍ମାନିତ ଓ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ସତ୍ କାର୍ଯ୍ୟରେ ଲିପ୍ତ ହେବେ ଓ ସମ୍ମାନିତ ମଧ୍ୟ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।