ଦୈନିକ ରାଶିଫଳ: 30 ମଇ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ କ୍ଷେତ୍ରରେ ଉନ୍ନତି ହେବ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ବୃଦ୍ଧିହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ଦୂରବନ୍ଧୁ ଖୁବ୍ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲିଯିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପାରିବାରିକ କ୍ଷେତ୍ରରେ ବାଦବିବାଦ ମେଣ୍ଟି ଯିବା ଫଳରେ ଆତ୍ମ ସନ୍ତୋଷ ମିଳିବ। ବାଦବିବାଦ, ମାଲିମୋକଦ୍ଦମା ପରୀକ୍ଷାପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଉନ୍ନତି ସହ ଲାଭବାନ୍ ହେବେ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପାରିବାରିକ ଜୀବନରେ ଅଶାନ୍ତି ଦୂର ହୋଇ ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କିନ୍ତୁ ଆର୍ଥୀକ ଉନ୍ନତିରେ ବାଧା ଓ ଶାରିରୀକ ଅସୁସ୍ଥତା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ। କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ। ଗୁରୁ-ଗୁରୁଜନମାନଙ୍କର ଆସ୍ଥାଭାଜନ ହେବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। କମିଶନ କାର୍ଯ୍ୟରେ ଲାଭ ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସନ୍ତାନଙ୍କ ସହଯୋଗ ପାଇ ଗୃହସ୍ଥଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କନ୍ୟା:-ଶତୃମାନଙ୍କୁ ମୁକାବିଲା କରିପାରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ। ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମାନସମ୍ମାନ ବୃଦ୍ଧିହେବ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କଠିନ ପରିଶ୍ରମ କଲେମଧ୍ୟ ଶାରିରୀକ ଓ ମାନସିକ ସ୍ତରରେ ସୁସ୍ଥ ରହିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ରାଜନୀତିରେ ସଫଳତା ମିଳିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବାସହ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ସହକର୍ମୀଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସନ୍ତାନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିପାରେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରି ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ ମାନସିକ ସ୍ଥିରତା ଦେଖାଦେବ। ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯିବ। ପ୍ରେମ ପ୍ରସଙ୍ଗରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ସାମାଜିକ ପତିଆରା ଅମଳିନ ରହିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କିନ୍ତୁ ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ଜଣେ ଅଜଣା ବ୍ୟକ୍ତିଙ୍କ ହେତୁ କିଛି ସମସ୍ୟା ସୃଷ୍ଟି ହୋଇପାରେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଶତୃମାନେ ଦୂରେଇ ଯିବେ ଓ ମନରେଥିବା କାମନା ପୂର୍ଣ୍ଣ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବା ସହ ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭପାଇବେ। ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:-କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!