ଦୈନିକ ରାଶିଫଳ: 30 ମଇ 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ କ୍ଷେତ୍ରରେ ସମ୍ମାନଲାଭ, ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ହାତକୁ ନେଇଥିବା କାର୍ଯ୍ୟ ସମ୍ପାଦନ ପାଇଁ ଚେଷ୍ଟା କରିବାକୁ ପଡିବ। ଋଣ ଭରଣାରେ ସହଜ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ। ରାଜନୀତି କ୍ଷେତ୍ରରେ ସାଧାରଣ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ବ୍ୟବହାର କୁଶଳତା ଦ୍ଵାରା ନିଜର ଶତୃଙ୍କୁ ମଧ୍ୟ ମିତ୍ର କରିପାରିବେ। ବୁଦ୍ଧିମତା ଓ ଚତୁରତା ଯୋଗେ ସାଂସାରିକ ମହତ୍ଵ କାମ ତୁଲେଇ ପାରିବେ। ରାଜନୀତିରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-ଭୃତ୍ୟ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣିବେ ଓ ହସ ଖୁସିରେ ସମୟ ବ୍ୟତୀତ ହେବ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। କର୍ମକ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ତମ ରୋଜଗାର କରି ପାରିବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଆୟବୃଦ୍ଧି ହେବା ଫଳରେ ଶୁଭକାମ କରି ପ୍ରଶଂସିତ ହେବେ। ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବନ୍ଧୁଙ୍କ ସହ ମାନ ମନାନ୍ତର ଦୂର ହେବ। ଶତୃମାନେ ମଥାନତ କରିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଗୃହନିର୍ମାଣ, ଜମିଜମା କ୍ରୟବିକ୍ରୟ, ସେୟାରବଜାର, ଜୁଆ, ଲଟେରୀ, ମଧ୍ୟସ୍ଥତା କରୁଥିବା ବ୍ୟକ୍ତିମାନେ ଜଗିରଖି ଚଳିଲେ ଆଶାତୀତ ଲାଭ ପାଇବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ଶରୀର ସୁସ୍ଥ ରହିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବା ସହ କର୍ମଚାରୀମାନେ ପ୍ରଶଂସିତ ହେବେ। ଗୃହୋପକରଣ ନୂତନ ଦ୍ରବ୍ୟ କ୍ରୟ କରିବେ। ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ସେବା ଭବନରେ ଉଦଦ୍ବୁଦ୍ଧ ହୋଇ ଅନେକଙ୍କର କଲ୍ୟାଣ କରିବା ସୁଯୋଗ ପାଇବେ। ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟୀ ମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-ସାଧାରଣ ବ୍ୟକ୍ତିବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ। ବ୍ୟବସାୟୀମାନେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ପରିଶ୍ରମର ସୁଫଳ ଭୋଗ କରିବେ ଓ ଧନ ସମ୍ପତିରେ ଘର ହସି ଉଠିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!