ଦୈନିକ ରାଶିଫଳ: 30 ମାର୍ଚ୍ଚ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶାରିରୀକ ଅସୁସ୍ଥତା ଦୂରହୋଇ ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ପାଇ ଉଚ୍ଚଆଶା ସଫଳ ହେବ। ନୂଆରୋଜଗାର ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ ଓ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହୋଇ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ଅଧିକାରୀ କାମରେ ପ୍ରସନ୍ନ ରହିବା ଫଳରେ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତା ପରିକ୍ଷାରେ ପ୍ରଶଂସା ପାଇବେ।କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ଆର୍ଥିକ ଅନାଟନ ମଧ୍ୟରେ ଅଣନିଃଶ୍ଵାସୀ ମନେ କରିବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-କେହି କୌଣସି କ୍ଷତି କରି ପାରିବେ ନାହିଁ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ସମାଜ ସେବା ଓ ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସୁଖ ସମ୍ପଦ ପ୍ରାପ୍ତି ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ପାଇବେ ଓ ଉଚିତ୍ ପନ୍ଥା ଗ୍ରହଣ କଲେ ରୋଜଗାର ସମସ୍ୟା ସୁଧୁରି ଯିବ। ଦୂର ସ୍ଥାନକୁ ଯାତ୍ରା କରିବେ ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ପ୍ରତିକାର- ଦିବ୍ୟାଙ୍ଗଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ଆର୍ଥିକ ଦିଗରୁ ସୁବିଧା ହୋଇଯିବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟୀମାନେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ବ୍ୟବସାୟ ବାଣିଜ୍ୟରେ ସୁଫଳ ପ୍ରାପ୍ତିହେବ। କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ ଓ ଦାମ୍ପତ୍ୟ ସୁଖରେ ଖୁସି ହେବେ। ପାଖ ପଡୋଶୀ ମାନଙ୍କ ସହଯୋଗରେ ଗୃହସମସ୍ୟା ସମାଧାନ ହୋଇ ପାରେ। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରି ପାରନ୍ତି। ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ପୁରାତନ ରୋଗ ପୀଡ଼ାର ଉପଶମ ହେବ ଓ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ। ଅନେକ ଦିଗରୁ ଖୁସି ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରିବାର ସୁଯୋଗ ପାଇବାସହ ନୂତନ କାର୍ଯ୍ୟରେ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବା ଫଳରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ପରିବାରରେ ଅଭାବ ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ପାଇବେ। ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ଅଧ୍ୟୟନରେ ମନ୍ଥର ହେବା ଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!