ଦୈନିକ ରାଶିଫଳ: 30 ସେପ୍ଟେମ୍ବର 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ସ୍ଥିତି ବଜାୟ ରହିବାସହ ପାରିବାରିକ ପତିଆରା ଅମଳିନ ରହିବ। ଆପଣଙ୍କ କାର୍ଯ୍ୟ ଶୈଳୀରେ ଅର୍ଥପୂର୍ଣ୍ଣ ପରିବର୍ତ୍ତନ ଆଣିପାରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବ୍ୟବସାୟମାନେ ଅଧିକ ଲାଭ କରିବେ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ବ୍ୟବସାୟ ସମ୍ବନ୍ଧରେ ମହାଜନଙ୍କ ଠାରୁ ଭଲ ପରାମର୍ଶ ପାଇ ଲାଭବାନ ହେବେ। ଉଚ୍ଚଶିକ୍ଷା ପ୍ରତିଷ୍ଠାନର ଆଡମିଶନରେ ଆସୁଥିବା ବାଧା ଦୂର ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହୋଇ ପାରେ। ଆୟ ଉପାର୍ଜନରେ ବାଧା ନାହିଁ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

କର୍କଟ:-ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପରିବାରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯାଇପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ରାଜନୀତିରେ ଭାବମୂର୍ତ୍ତି ରକ୍ଷା କରି ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ବ୍ୟବସାୟ କ୍ଷେତ୍ରରେ ଭଲ ଲାଭ ପାଇ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିହେବ। ହଠାତ୍ ଉଡ଼ା ଖବର ପାଇ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନମଧ୍ୟରେ ଉଙ୍କି ମାରିପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସ୍ୱାସ୍ଥ୍ୟ ଠିକ୍ ରହିବାସହ ଅଚାନକ ଧନ ପ୍ରାପ୍ତି ହେବ ଓ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଶିକ୍ଷା କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ମାନସିକ ଶାନ୍ତିମିଳିବ। ସହଯୋଗୀ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ରାଜନୀତିରେ ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କଲେମଧ୍ୟ ପ୍ରଶଂସା ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ସମ୍ପର୍କୀୟ ମାନଙ୍କ ଦ୍ୱାରା ସୁବିଧା ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ରାଜନୀତିରେ ପ୍ରଶଂସା, ବିଦ୍ୟାକ୍ଷେତ୍ରରେ ସଫଳ, କୃଷିଦ୍ରବ୍ୟ ବାଣିଜ୍ୟରେ ଲାଭ ପାଇବେ। ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ଖେଳରେ ସଫଳତା ମିଳିବ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ବାଦବିବାଦଠାରୁ ଦୂରେଇ ରହିବା ଉଚିତ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ଅଟକିଥିବା ଧନ ପ୍ରାପ୍ତି ହେବ। ବ୍ୟବସାୟ, ବାଣିଜ୍ୟରେ ଲାଭପାଇବେ। ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ। ଶତ୍ରୁନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀ ହେବେ। ଛାତ୍ରଛାତ୍ରୀ ମାନଙ୍କର ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ ଏବଂ ଦୂରଯାତ୍ରାରେ ସୁଖମିଳିବା ସହ ଲାଭ ବାନ୍ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶାରୀରିକ ଅସୁସ୍ଥତା ଅନୁଭବ କରିବା ସହ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇପାରନ୍ତି। ବ୍ୟବସାୟରେ ବାଧା ଉପୁଜିବା ସହ ସଂଘର୍ଷ ମଧ୍ୟ ଦେଇ ଗତି କରିବେ। ସନ୍ତାନ ପକ୍ଷର ଚିନ୍ତା ଦେଖା ଦେଇପାରେ। ପ୍ରତିକାର-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ। ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ ଓ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ। ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!