ଦୈନିକ ରାଶିଫଳ: 31 ଅକ୍ଟୋବର 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ନିର୍ମାଣମୂଳକ ଯୋଜନାରେ ଆଗେଇବେ। ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବା ଫଳରେ ପ୍ରଶଂସିତ ହେବେ। ବିଦ୍ୟା କ୍ଷେତ୍ରରେ ସଫଳ ହେବେ। ସହଯୋଗୀମାନେ ସହଯୋଗ କରିବା ଫଳରେ କୌଣସି ବଡ ସମସ୍ୟାର ସମାଧାନ ହୋଇଯିବ। ପରିଜନ ଓ ସାଧୁଜନପ୍ରିୟ ହୋଇ ସୁଖଭୋଗ କରିବେ। କୌଣସି ଶୁଭ କାର୍ଯ୍ୟ ଆରମ୍ଭ କରିବା ଅନୁଚିତ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବ୍ୟବସାୟରେ ଆୟ ବୃଦ୍ଧି ହେବା ସହ ଭାଗୀଦାରି ବ୍ୟବସାୟରେ ଅଧିକ ଲାଭବାନ୍ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଋଣରୁ ମୁକ୍ତିମିଳିବାସହ ପାରିବାରିକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ନୂତନ ଯୋଜନା ପ୍ରସ୍ତୁତ କରିବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ଶତୃମାନେ ମିତ୍ରଭାବ ଆଚରଣ କରିବାସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଅକ୍ଷୂର୍ଣ୍ଣ ରହିବ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ରାଜନୀତିରେ ବାକ୍ୟ ସଂଯମତା ରଖିଲେ ଉଚ୍ଚପ୍ରଶଂସିତ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। କାମଧନ୍ଦାରେ ମନ ଲାଗିବା ଫଳରେ ବିଶେଷ ଉପକୃତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ। ଭାତୃବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଚିତ୍ତ ପ୍ରସନ୍ନଯୋଗେ କାର୍ଯ୍ୟ ସିଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ପ୍ରତିଯୋଗିତା କ୍ଷେତ୍ରରେ ଜୟଯୁକ୍ତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ପାରିବ। ବ୍ୟବସାୟକ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭ ପାଇବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ ଓ ପ୍ରମୋଶନର ସୂଚନାପାଇ ଖୁସି ହେବେ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ସାମାଜିକ କାର୍ଯ୍ୟରେ ଯୋଗ ଦେଇ ପ୍ରସଂଶିତ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖା ଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିଜ ଗୃହ ସମସ୍ୟା ସଜାଡିବାକୁ ଯାଇ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ଆତ୍ମୀୟମାନେ ବିଶ୍ୱାସ ଘାତକତା କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବେ। କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପରିବାରରେ ମାନ ମନାନ୍ତର ଦୂର ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସଂପର୍କ ରହିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନବୃଦ୍ଧି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ଭାଗୀଦାରୀଙ୍କ ପାଇଁ ଭଲ ଲାଭ ପାଇ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେବାସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତ ଜାଗ୍ରତ ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ଠିକାଦାର ଓ ଘରୋଇ କର୍ମରତଥିବା ବ୍ୟକ୍ତି ମାନଙ୍କର ଅନେକ ଶୁଭହେବ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ସମାଧାନ ହୋଇ ଧନସମ୍ପତ୍ତି ବୃଦ୍ଧି ପାଇବ। ଭୋଗ ବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବ୍ୟବସାୟରେ ଉଚିତ୍ ଲାଭପାଇବେ। ପ୍ରତିକାର:- ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆୟ ବୃଦ୍ଧିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆୟ ଉପାର୍ଜ୍ଜନର ବୃଦ୍ଧି ହେବାସହ ଋଣରୁ ମୁକ୍ତି ମିଳିବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!