ଦୈନିକ ରାଶିଫଳ: 31 ଅଗଷ୍ଟ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସୁଖର ସ୍ୱପ୍ନ ଦେଖିପାରିବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ପରିବାରରେ ଓ କୁଟୁମ୍ବରେ କୌଣସି କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ ଓ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟ ଅତ୍ୟନ୍ତ ଉତ୍ତମ ରହିବ। ପାରିବାରିକ ଜୀବନରେ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବା ଫଳରେ ନାନା ବାଟରେ ଧନାଗମ ଘଟିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀହେବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ବ୍ୟବସାୟରେ ଉନ୍ନତି କରି ଆଶାତୀତ ଲାଭ ପାଇବେ। ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ। ମନୋରଞ୍ଜନ କାର୍ଯ୍ୟରେ ସମୟ କଟିବ। ସାମାଜିକ କାର୍ଯ୍ୟରେ ଭାଗ ନେବେ। ଚେଷ୍ଟା ସାର୍ଥକ ହେଲେ ମଧ୍ୟ ଭବିଷ୍ୟତ ଚିନ୍ତା ରହିବ। ସତର୍କ ରହିବା ଦ୍ଵାରା ଲାଭବାନ ହେବେ। ନିଜର ଯୁକ୍ତିଦ୍ଵାରା କାର୍ଯ୍ୟରେ ସଫଳ ହେବ। ଭାଗୀଦାରୀରେ ହୋଇଥିବା କ୍ଷତିରୁ ବଞ୍ଚିଯିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ସମୟ ଅନୁକୂଳ ଯୋଗେ କାର୍ଯ୍ୟ କ୍ଷେତ୍ରରେ ଶତ୍ରୁବାଧା ଦୂରେଇ ଯାଇ, ଯଶ ମାନସମ୍ମାନ ବଢିବ। ଋଣରୁ ମୁକ୍ତି ମିଳିବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

କନ୍ୟା:-ଶରୀର ସୁସ୍ଥ ରହିବାସହ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ବିରୋଧୀମାନେ ଦୁର୍ବଳ ହୋଇଯିବେ ଓ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଗୃହରେ ଶୁଭକାର୍ଯ୍ୟର ଆୟୋଜନ କରି ପାରନ୍ତି। ରାଜନୀତି କାର୍ଯ୍ୟରେ ପରିଶ୍ରମ ଦ୍ଵାରା ବାଧାବିଘ୍ନ କମ୍ ହେବ ଓ ସଫଳତା ମିଳିବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଶୁଭକାର୍ଯ୍ୟ ପାଇଁ ଧନର ବ୍ୟବସ୍ଥା କରିବାକୁ ପଡିବ। ଦାମ୍ପତ୍ୟ ସୁଖରେ ସନ୍ତୋଷ ରହିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ନୂଆ ସମ୍ପର୍କ ସୃଷ୍ଟି ହେବା ଫଳରେ ଅଧାଥିବା କାର୍ଯ୍ୟ ପୂରଣ ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ। ଧନ ସମ୍ପତ୍ତି ଉପରେ ଧ୍ୟାନ କେନ୍ଦ୍ରୀଭୂତ ହେବା ଫଳରେ ସମସ୍ତ ବାଧାବିଘ୍ନ ଦୂରେଇ ଯାଇ ଯଶ ମାନ ସମ୍ମାନ ମିଳିବ। ବନ୍ଧୁ ମିତ୍ରଙ୍କ ଦ୍ଵାରା ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପନ୍ନ ହୋଇ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବା ଫଳରେ ନୂଆ ଯୋଜନା ଅନୁସାରେ କାର୍ଯ୍ୟ ଆରମ୍ଭ କରିବେ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି, ଆଚାର ବ୍ୟବହାରରେ ଶାନ୍ତ ହୋଇ, ଆଶା କରୁଥିବା କାର୍ଯ୍ୟରେ ସଫଳତା ପାଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଶାରୀରିକ ଅସୁସ୍ଥତା ଦୂର ହେବାସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଯାତ୍ରାରେ ସଫଳ ହେବେ ଓ ଚେଷ୍ଟାଦ୍ଵାରା ଧନଲାଭ କରି ପାରିବେ। ବିଦ୍ୟାର୍ଥୀମାନେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ନ ହୋଇ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ନୂତନକର୍ମ ନିଯୁକ୍ତି ପାଇବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।

ମକର:-ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ସାମାଜିକ ଉତ୍ସବରେ ଯୋଗ ଦେବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ନିଜ ପରିଶ୍ରମରେ ସଫଳତା ପାଇବେ। ମିତ୍ରଙ୍କ ସହିତ ସାକ୍ଷାତ୍ ଲାଭଦାୟକ ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବା ସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବଢିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!