ଦୈନିକ ରାଶିଫଳ: 31 ଅଗଷ୍ଟ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ପ୍ରତିଷ୍ଠା. ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ବିରୋଧୀମାନେ ଦୁର୍ବଳ ହୋଇ ଯିବା ଫଳରେ ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ପାଇଁ ବନ୍ଧୁ ମିତ୍ରଙ୍କ ସହଯୋଗ ମିଳିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ବ୍ୟବସାୟୀ ମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସଭାସମିତିରୁ, ଲେଖାପଢ଼ାରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବିଦ୍ୟାରେ ଉନ୍ନତି, ଖେଳରେ ପ୍ରଶଂସିତ ହେବେ। ଦାମ୍ପତ୍ୟଜୀବନ ସୁଖମୟ ହେବ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଶାରୀରିକ ସୁସ୍ଥତାସହ ମାନସିକ ଶାନ୍ତି ଦେଖାଦେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ପୈତୃକସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇଯିବ ଓ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ଆୟର ମାର୍ଗ ପ୍ରଶସ୍ତ ହେବ। ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ସିଂହ:-ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପରିବାରରେ ଆଦର୍ଶବାଦୀ ହେଲେବି କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସରକାରୀ କାମରେ ସଫଳତା ପାଇବେ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୀର୍ତ୍ତୀ ଓ ମାନ ପ୍ରତିଷ୍ଠାରେ ବୃଦ୍ଧି ହେବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ସାମୟିକ ଚିନ୍ତା ଦୂରହେବ। ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। କର୍ମରେ ମନସନ୍ତୁଷ୍ଟ ରହିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ପ୍ରସିଦ୍ଧ ବ୍ୟକ୍ତି ମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ରାଜନୀତି କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ ଓ ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ଛାତ୍ରଛାତ୍ରୀ ମାନଙ୍କର ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ସହକର୍ମୀ, ଉଚ୍ଚାଧିକାରୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଉଚିତ୍ ପନ୍ଥା ଗ୍ରହଣ କରି କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ, ଦୀର୍ଘଯାତ୍ରା ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ନୂଆ ଚାକିରୀ ମଧ୍ୟ ମିଳିପାରେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!